ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଜୟପୁର :ଭିଜିଲାନ୍ସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ୱରରେ ଥିବା ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି।

ଜୟପୁରରେ ତିନି ମହଲା କୋଠା, ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର କୋଳିସାହିରେ ଦୁଇ ମହଲା ବିଲଡିଂ, ଜୟପୁର ବ୍ଲକ ଅଫିସ ଚାମ୍ବର, ଜୟପୁର ମ୍ୟୁନିସିପାଲିଟି ଅଫିସ ଚାମ୍ବର ଓ ଭୁବନେଶ୍ୱର ନିଳାଦ୍ରୀ ବିହାରରେ ସମ୍ପର୍କୀୟଙ୍କ ଘରେ ଏହି ଚଢ଼ାଉ କରାଯାଇଛି।
ବିଶ୍ୱନାଥ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତତନ୍ତ କରି ତାଙ୍କ ଘରେ ଚଢ଼ାଉ କରିଛି। ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱ ମଧ୍ୟ ଅଛନ୍ତି ବିଶ୍ୱନାଥ। ଏହି ରେଡରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି ଓ ୮ ଇନିସପେକ୍ଟର ଓ ୬ ଏଏସଆଇ ଚଢ଼ାଉରେ ସାମିଲ ଅଛନ୍ତି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ