ବିଦ୍ୟୁତ୍ ଆଘାତରେ ଜଣେ ମୃତ, ୨ଗୁରୁତର

​​​ଆନନ୍ଦପୁର : ଟ୍ରକ୍‌ରୁ ମାଲ୍ ଅନଲୋଡ୍ କରୁଥିବା ବେଳେ ଟ୍ରାନ୍ସଫର୍ମରରେ ଲାଗିଗଲା ଟ୍ରକ୍। ବିଦ୍ୟୁତ୍ ଆଘାତରେ ଜଣେ ମୃତ, ୨ ଗୁରୁତର। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ୨୦ନଂ ଜାତୀୟ ରାଜପଥ ଘଷିପୁରା ବାଇପାସ୍ ଠାରେ ଥିବା କୋରିଅର କମ୍ପାନୀର ଗୋଦାମରେ ଏହି ଅଘଟଣ ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ଘଷିପୁରା ବାଇପାସ୍ ଠାରେ ଏକ ଡେଲିଭରି କୋରିଅର କମ୍ପାନୀ ନିକଟରେ ଟ୍ରକ୍‌ରୁ ମାଲ୍ ଅନଲୋଡ୍ କରୁଥିବା ସମୟରେ ଟ୍ରକ୍‌ଟି ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସିଥିଲା। ଫଳରେ ମାଲ୍ ଅନଲୋଡ୍ କରୁଥିବା ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଥିଲେ। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକ ସ୍ଥାନୀୟ ମଙ୍ଗଳପୁର ଗାଁର ସୁଶାନ୍ତ କୁମାର ଦାସ ବୋଲି ଜଣାପଡ଼ିଛି। ସେହିପରି ଦୁଇ ଗୁରୁତର କର୍ମଚାରୀ ପଦ୍ମପୁର ଗାଁର କବିନ୍ଦ୍ର ଦାସ ଓ ଫକରପୁର ଗାଁର ରଞ୍ଜନ କୁମାର ଶର୍ମା ବୋଲି ସୂଚନା ମିଳିଛି। ଖବର ପାଇ ଘଷିପୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ