୨୨ରୁ କୃଷି ଓଡ଼ିଶା ସମାବେଶ

ଭୁବନେଶ୍ୱର : କୃଷି ଓଡ଼ିଶା ୨୦୨୫-୨୬ ନିମନ୍ତେ ପ୍ରସ୍ତୁତି ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଆଗାମୀ ଜାନୁଆରୀ ମାସ ୨୨ ତାରିଖରୁ ୨୪ ତାରିଖ ଯାଏଁ ତିନିଦିନ ବ୍ୟାପୀ କୃଷି ଓଡ଼ିଶା ସମାବେଶ ଖୁବ୍ ଉତ୍ସାହର ସହ ପାଳନ କରାଯିବ ।ବୈଠକର ନିଷ୍ପତ୍ତି ଅନୁଯାୟୀ ଚଳିତବର୍ଷ ଠାରୁ ପ୍ରତିବର୍ଷ ଜାନୁଆରୀ ମାସ ଏହି ଦିନରେ ହିଁ କୃଷି ଓଡ଼ିଶା ସମାବେଶର ଆୟୋଜନ କରାଯିବ । ଦେଶ ତଥା ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ବୁଦ୍ଧିଜୀବୀ, ସଫଳ ଚାଷୀ, ବୈଜ୍ଞାନିକ, କୃଷି ଉତ୍ପାଦକମାନେ ଯୋଗଦେବେ । କୃଷି ଉଦ୍ୟୋଗୀ, ସ୍ୱୟଂ ସହାୟିକା ଗୋଷ୍ଠୀ, ମିଶନ ଶକ୍ତି ସଦସ୍ୟସଦସ୍ୟାଙ୍କ ଦ୍ଵାରା ୨୫୦ ରୁ ଉର୍ଦ୍ଧ୍ବ ଷ୍ଟଲର ପ୍ରଦର୍ଶନ କରାଯିବ ଏବଂ ପ୍ରାୟ ୧୦ ହଜାରରୁ ଉର୍ଦ୍ଧ୍ବ ଚାଷୀଙ୍କ ସମାବେଶ ହେବ । କୃଷି ଯାନ୍ତ୍ରୀକିକରଣ ତଥା ଅତ୍ୟାଧୁନିକ ଯନ୍ତ୍ରପାତିର ସ୍ୱତନ୍ତ୍ର ପ୍ରଦର୍ଶନ କରାଯିବା ଯୋଜନା ମଧ୍ୟ ରହିଛି । ଦୂରଦୂରାନ୍ତରୁ ଆସୁଥିବା ଚାଷୀ ଭାଇ ଭଉଣୀଙ୍କ ରହିବା ତଥା ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।ପ୍ରସ୍ତୁତି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ନିର୍ଦ୍ଦେଶକ ଶ୍ରୀ ସୁବ୍ରତ କୁମାର ପଣ୍ଡା, ବିଭାଗୀୟ ବରିଷ୍ଠ ଅଧିକାରୀବୃନ୍ଦ ବୈଠକର ପ୍ରସ୍ତୁତି ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ ଏବଂ ଏହାର ସଫଳ ଆୟୋଜନ ନିମନ୍ତେ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ