ଆସନ୍ତାକାଲି ପୁରୀ ପୌରପାଳିକାର ସବୁ ସ୍କୁଲ ବନ୍ଦ

ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ ରହିବ। ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌସେନା ଦିବସ ପାଳନ ହେବାକୁ ଥିବାରୁ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ପୁରୀ ଜିଲ୍ଲା ପ୍ରଶାସନ। ପୁରୀ ପୌରପାଳିକାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ।

ଏଥିସହ ସହର ନିକଟବର୍ତ୍ତୀ ମଦର୍ସ ପବ୍ଲିକ ସ୍କୁଲ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ୍ ସ୍କୁଲ, ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ। ତେବେ NCERT ଦ୍ୱାରା ପରିଚାଳିତ PARAKH ପରୀକ୍ଷା ହେବ। ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ଥିବାରୁ ଏହି ପରୀକ୍ଷାକୁ ବନ୍ଦ କରାଯିବ ନାହିଁ। ପରୀକ୍ଷାର୍ଥୀ ମାନେ ସକାଳ ୭ଟାରୁ ୧୨ ମଧ୍ୟରେ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇପାରିବେ ବୋଲି ନିଷ୍ପତ୍ତି ହୋଇଛି। ଉଲ୍ଲେଖ ଥାଉ, ଆସନ୍ତାକାଲି ନୌସେନା ଦିବସରେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇବେ ନୌବୀର। ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିବେ। ନୌସେନାର ଏହି ପରାକ୍ରମକୁ ଦେଖିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପହଞ୍ଚିବେ। ଏଥିପାଇଁ ପୁରୀ ବ୍ଲୁ ଫ୍ଲାଗ ବିଚରେ ସମସ୍ତ ପ୍ରସ୍ତୁତି ସରିଛି। INS ଜଲସା, ମିଶାଇଲ୍ ଡେଷ୍ଟ୍ରୋୟର INS ଦିଲ୍ଲୀ, INS ଶକ୍ତି, INS ସର୍ୟୁ, INS ଅରିହନ୍ତ, INS ସାତପୁରା ପ୍ରମୁଖ ନେଭି ଡେ’ ଉତ୍ସବରେ ପରାକ୍ରମ ଦେଖାଇବେ। ସେହିପରି ହକ୍, ସି-କିଙ୍ଗ, ମିଗ୍-29 ଭଳି ଫାଇଟର ଜେଟ୍ ଓ ଚେତକ, MS-60 ହେଲିକପ୍ଟର ମଧ୍ୟ ଦେଖାଇବେ ନୌସେନାର ବୀରତ୍ୱ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ