ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଫିଲ୍ମ ପ୍ରଯୋଜକ ଏକତା କପୁର

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ୍‌ ଫିଲ୍ମ ପ୍ରଯୋଜକ ଏକତା କପୁର। ଓଡ଼ିଶା ବିଧାନସଭାରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ‘ଦି ସାବରମତି ରିପୋର୍ଟ’ ଦେଖିବା ପାଇଁ ନିମନ୍ତ୍ରଣ କରିଛନ୍ତି। ଏଥିସହ ରାଜ୍ୟ ସରକାର ‘ଦି ସାବରମତି ରିପୋର୍ଟ’ ଫିଲ୍ମକୁ କରମୁକ୍ତ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ‘ଦି ସାବରମତି ରିପୋର୍ଟ’ ଫିଲ୍ମର ପ୍ରଯୋଜିକା ହେଉଛନ୍ତି ଏକତା କପୁର। ଏକତା କପୁରଙ୍କ ପ୍ରଯୋଜିତ ଫିଲ୍ମ ‘ଦି ସାବରମତି ରିପୋର୍ଟ’ ନଭେମ୍ୱର୧୫ ତାରିଖରେ ରିଲିଜ ହୋଇଥିଲା। ସତ୍ୟଘଟଣା ଉପରେ ଆଧାରିତ ହୀନ୍ଦି ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’ ଯାହାକି ୨୦୦୨ ଫେବୃଆରୀ ୨୭ ତାରିଖର ଗୋଧ୍ରା ରେଳପୋଡ଼ି ଘଟଣା ଉପରେ ପର୍ଯ୍ୟବେସିତ ହୋଇଛି। ଏହି ସିନେମାକୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ସପ୍ତମ ବିଜେପି ଶାସିତ ରାଜ୍ୟ। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ହରିୟାଣା ଓ ଗୁଜୁରାଟ ପରେ ଓଡ଼ିଶା ସରକାର ଏହି ସିନେମାକୁ ଟିକସମୁକ୍ତ ଘୋଷଣା କରିଛନ୍ତି। ଏହି ସିନେମାକୁ ଟିକସମୁକ୍ତ କରାଯିବା ଘୋଷଣା ମଧ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ଘୋଷଣା କରିଥିଲେ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ