ବର୍ଷା, ୩ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,: ଗୁରୁବାର ଉପକୂଳ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଅନ୍ୟ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୯ରୁ ୧୧ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି । ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।ସେହିଭଳି ୧୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ପ୍ରଭାବରେ ଶୁକ୍ରବାର ଗଞ୍ଜାମ ଓ ଗଜପତିରେ ଭାରୀ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ରେ ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ