କାର୍ ଓ ବାଇକ୍ ମୁହାଁମୁହିଁ: ୨ ବାଇକ୍ ଆରୋହୀ ମୃତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ ମହଗାଁ ବ୍ରିଜ ନିକଟରେ କାର୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଗତ ବିଳମ୍ବିତ ରାତିରେ ଦୁଇ ଯୁବକ ଏକ ବାଇକ୍‌ ଯୋଗେ ବରଗାଁରୁ ବଲାଙ୍ଗିର ଅଭିମୁଖେ ଯାଉଥିଲେ। ଏହି ସମୟରେ ବୀପରିତ ଦିଗରୁ ଆସୁଥିବା କାର୍‌ ସହ ବାଇକର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୨ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ହେଲେ ଦୁର୍ଘଟଣା ପରେ କାର୍‌ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଛି।ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ପୁଲିସ ଦୁର୍ଘଟଣାଗ୍ରସ୍ତ କାର୍ ଓ ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ