ନିଜ ଦରମା ବୃଦ୍ଧି ଦାବି କଲେ ସବୁ ଦଳର ବିଧାୟକ

ଭୁବନେଶ୍ୱର: କିଛିମାସର ବ୍ୟବଧାନ ପରେ ପୁଣି ନିଜ ଦରମା ବୃଦ୍ଧି ଦାବି କଲେ ସବୁ ଦଳର ବିଧାୟକ । ଆଉ ବାଚସ୍ପତି ସେମାନଙ୍କ ଦାବିକୁ ବିଚାରକୁ ନେଇ ଉପଦେଷ୍ଟା କମିଟି ଘୋଷଣା କରିବା ସହ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଚଳିତ ନବନିର୍ବାଚିତ ସପ୍ତଦଶ ବିଧାନସଭାରେ ୭୩% କୋଟିପତି ବିଧାୟକ ଥିବାବେଳେ ସେମାନେ ନିୟମିତ ବ୍ୟବଧାନରେ ବାରମ୍ବାର ନିଜର ଦରମା ବୃଦ୍ଧି ଦାବି କରିବାକୁ ନେଇ ସାଧାରଣରେ ଚର୍ଚ୍ଚା ଜୋର ଧରିଛି ।

ଗତ ଜୁନ୍ ମାସରେ ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଆଜି ବିଧାନସଭାରେ ବିଧାୟକମାନେ ଏକଜୁଟ ହୋଇ ନିଜର ଦରମା ଓ ଭତ୍ତା ବୃଦ୍ଧି ପାଇଁ ଦାବି କରିଛନ୍ତି । ଆଉ ବିଧାୟକମାନଙ୍କ ଦାବି ଆଧାରରେ ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନରେ ବରିଷ୍ଠ ବିଧାୟକ ଭାସ୍କର ମଢ଼େଇଙ୍କ ଅଧ୍ୟକ୍ଷତାରେ ଉପଦେଷ୍ଟା କମିଟି ଗଠନ କରିଛନ୍ତି । ଏହି କମିଟି ବିଧାୟକମାନଙ୍କ ଦରମା ଓ ଭତ୍ତା, ପୂର୍ବତନ ବିଧାୟକମାନଙ୍କ ପେନସନ୍ ବୃଦ୍ଧି ନେଇ ତା’ର ରିପୋର୍ଟ ଦେବ । ତେବେ ଚଳିତ ବିଧାନସଭାରେ ମୋଟ ୧୪୭ଜଣ ବିଧାୟକଙ୍କ ମଧ୍ୟରୁ ୧୦୭ଜଣ(୭୩%) ଧନୀ ଓ କୋଟିପତି ବୋଲି ନିଜେ ସ୍ୱୀକାର କରିଥିବାବେଳେ ବର୍ତ୍ତମାନ ପରିପ୍ରେକ୍ଷୀରେ ସେମାନଙ୍କ ଏହି ଦରମା ବୃଦ୍ଧି ଦାବିର ଯଥାର୍ଥତାକୁ ନେଇ ପ୍ରଶ୍ନ ଉଠିଛି ।

  • Related Posts

    ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

    ବରଗଡ଼: ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି ଏବଂ ଦଳର ୧୫ ଜଣ ଜିଲା ପରିଷଦ ସଦସ୍ୟା ଓ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ…

    Continue reading
    ଆଦିବାସୀଙ୍କ ଐତିହ୍ୟ ସୁରକ୍ଷା ଓ ଆଦିବାସୀଙ୍କ କଲ୍ୟାଣ ପାଇଁ ବିଜେଡି ସଂକଳ୍ପବଦ୍ଧ

    ଶଙ୍ଖ ଭବନରେ ପାଳିତ ହେବ ବିଶ୍ୱ ଆଦିବାସୀ ଦିବସ ଯୋଗଦେବେ ନବୀନ ପଟ୍ଟନାୟକ ଭୁବନେଶ୍ୱର,: ବିଶ୍ୱ ଆଦିବାସୀ ଦିବସ ଓ ମହାନ କ୍ରାନ୍ତି ଦିବସ ବିଜୁ ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ଅଗଷ୍ଟ ୯ ତାରିଖରେ ରବିବାର ଦିନ ପାଳିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ