ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ମଞ୍ଜୁର

ଭୁବନେଶ୍ୱର: ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ରଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସୋଶାଲ ମିଡ଼ିଆ ଏକ୍ସରେ କୃତଜ୍ଞତା ଜଣାଇବା ସହ ବିସ୍ତୃତ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ।

ଓଡ଼ିଶାରେ ପ୍ରସ୍ତାବିତ ରାୟଗଡା ରେଳ ମଣ୍ଡଳକୁ ମଞ୍ଜୁର ମିଳିଛି। ରେଳ ମଣ୍ଡଳ କାର୍ୟ୍ୟାଳୟ ନିର୍ମାଣ ପାଇଁ ୧୦୭ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି। ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ତିନିଟି ରେଳ ମଣ୍ଡଳ ରହିବ। ଅମୃତ ଷ୍ଟେସନ ଯୋଜନାରେ ଓଡ଼ିଶାର ୫୯ଟି ଷ୍ଟେସନକୁ ପୁନର୍ବିକାଶ କରାଯାଉଛି। ମୋଦି ୩.୦ ସମୟରେ ୧୯,୨୮୯ କୋଟି ବ୍ୟୟ ଅଟକଳରେ ୮ଟି ନୂତନ ରେଳ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ କରାଯାଇଛି ବୋଲି ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ Xରେ ଲେଖିଛନ୍ତି।କ୍ୟାବିନେଟରେ ଅନୁମୋଦନ କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ହେଲା; ଗୁଣୁପୁର-ଥେରୁବାଲି ନୂତନ ରେଳ ଲାଇନ, ଜୁନାଗଡ଼ ରୋଡ୍‌-ନବରଙ୍ଗପୁର ନୂତନ ରେଳ ଲାଇନ, ମାଲକାନଗିରି-ପଣ୍ଡୁରଙ୍ଗାପୁରମ ଭାୟା ଭଦ୍ରାଚଳମ ନୂତନ ରେଳ ଲାଇନ, ବାଦାମପାହାଡ଼-କେନ୍ଦୁଝରଗଡ଼ ନୂତନ ରେଳ ଲାଇନ, ବାଙ୍ଗିରିପୋଷୀ-ଗୋରୁମହିଷାଣୀ ନୂତନ ରେଳ ଲାଇନ, ବୁଡ଼ାମରା-ଚାକୁଳିଆ ନୂତନ ରେଳ ଲାଇନ, ସରଡ଼େଗା-ଭାଲୁମୁଡା ନୂତନ ଦୋହରୀକରଣ ରେଳ ଲାଇନ ଓ ବରଗଡ଼ ରୋଡ଼-ନୂଆପଡା ରୋଡ଼ ନୂତନ ରେଳ ଲାଇନ୍‌କୁ କ୍ୟାବିନେଟ୍‌ରେ ମଞ୍ଜୁରି ମିଳିଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ