ବଜ୍ରପାତରେ ପୋଡ଼ି ଗଲ। ଲିଙ୍ଗରାଜ ମନ୍ଦିରର ପତାକା

ଭୁବନେଶ୍ବର: ବଜ୍ରପାତରେ ଲିଙ୍ଗରାଜ ମନ୍ଦିରର ପତାକା ପୋଡ଼ି ଯାଇଛି। ଏହା ସହିତ ସିସି ଟିଭି ଜଳି ଯାଇଛି। ଗର୍ଭଗୃହ ଭିତରେ ବଲବ୍ ଫାଟି କାଚ ଗୁଣ୍ଡ ପଡ଼ିଛି। ଅନେକ ସେବାୟତ ଓ ଶ୍ରଦ୍ଧାଳୁଙ୍କୁ ବିଦ୍ୟୁତ ଆଘାତ ଲାଗିଥିବା ସେମାନେ କହିଛନ୍ତି। ଗତକାଲି ବର୍ଷା ଓ ବଜ୍ରପାତ ପ୍ରଭାବରେ ଏଭଳି ଘଟଣା ଘଟିଥିବା ସେବାୟତମାନେ କହିଛନ୍ତି । ବଜ୍ରପାତରେ ୪୦ଟି ସିସିଟିଭି ଫାଟି ଯାଇଥିବା ସୂଚନା ମିଳିଛି। କେବଳ ସିସିଟିଭି ନୁହେଁ ଗର୍ଭଗୃହର ମରକ୍ୟୁରୀ ବଲବ୍ ପୋଡି ଯାଇଛି। ବଡୁ ନିଯୋଗ, ବ୍ରାହ୍ମଣ ନିଯୋଗ ଓ ମନ୍ଦିର ସୁପରଭାଇଜର ଏନେଇ ଏଏସଆଇକୁ ଦାୟୀ କରିଛନ୍ତି। ଠିକ୍ ଭାବେ ଆର୍ଥିଂ ହୋଇ ନଥିବାରୁ ଏଭଳି ଦୁର୍ଘଟଣା ଘଟିଥିବା କହିଛନ୍ତି। ଗୁରୁବାର ସକାଳୁ ଏଏସଆଇର ୫ ଜଣିଆ ଟିମ୍ ମନ୍ଦିର ପରିସରରେ ବୁଲି ମନ୍ଦିର ସ୍ଥିତି ଅନୁଧ୍ୟାନ କରୁଛନ୍ତି। ପତାକା ପରିବର୍ତ୍ତନ କରାଯାଇଛି। ଇଲେକ୍ଟ୍ରିସିଆନ ମରାମତି କାମ କରୁଛନ୍ତି। ଏଭଳି ଘଟଣା ସମସ୍ତଙ୍କୁ ଗଭୀର ଭାବେ ମର୍ମାହତ କରିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ