ଏବେ ସୁଦ୍ଧା ବାତ୍ୟା ପ୍ରଭାବିତ ୫୦ ହଜାର ଲୋକଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇପାରିନି

ଭୁବନେଶ୍ୱର:  ବାତ୍ୟା ଆଶ୍ରୟସ୍ଥଳୀରେ ଅଛନ୍ତି ୩୦ ହଜାର ଲୋକ। ଏରିୟଲ ସର୍ଭେ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏବେ ସୁଦ୍ଧା ବାତ୍ୟା ପ୍ରଭାବିତ ୫୦ ହଜାର ଲୋକଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇପାରିନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ପାରାଦୀପ, ମହାକାଳପଡ଼ା, ରାଜନଗର, ରାଜକନିକା ସମେତ ଚାନ୍ଦବାଲି ସମୁଦ୍ର ତଟବର୍ତ୍ତୀ ବାତ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବାତ୍ୟା ଅଞ୍ଚଳ ପରିଦର୍ଶନ କରିଥିଲେ। ପରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ।
ଏରିୟଲ ସର୍ଭେ ଓ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ମଧ୍ୟ ବାତ୍ୟା ଆଶ୍ରୟସ୍ଥଳୀରେ ୩୦ ହଜାର ଲୋକ ଅଛନ୍ତି। ୪୭୦ଟି ଆଶ୍ରୟସ୍ଥଳୀରେ ୩୦ ହଜାର ଲୋକ ଅଛନ୍ତି। ବାତ୍ୟା ସମୟରେ ୬ ହଜାର ୨୧୦ ଆଶ୍ରୟସ୍ଥଳୀରେ ୮ ଲକ୍ଷରୁ ଅଧିକ ଲୋକ ଥିଲେ। ପାଣି ଛାଡ଼ିବା ପରେ ପ୍ରାୟ ସମସ୍ତେ ନିଜ ଘରକୁ ଫେରିଛନ୍ତି। କିଛି ଗାଁରେ ପାଣି ଛାଡ଼ିନଥିବାରୁ ୩୦ ହଜାର ଲୋକ ଆଶ୍ରୟସ୍ଥଳୀରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଦ୍ୟୁତ ସଂଯୋଗ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବାତ୍ୟାରେ ମୋଟ ୨୨ ଲକ୍ଷ ୮୪ ହଜାର ଲୋକ ବିଦ୍ୟୁତ୍ ସେବାରୁ ବିଚ୍ଛିନ୍ନ ହୋଇଥିଲେ। ସେଥିରୁ ୨୨ ଲକ୍ଷ ୩୨ ହଜାର ଲୋକଙ୍କୁ ବିଦ୍ୟୁତ୍ ସେବା ଯୋଗାଇ ଦିଅଯାଇଛି। ଏବେ ସୁଦ୍ଧା ୫୦ ହଜାର ଲୋକଙ୍କୁ ବିଦ୍ୟୁତ ଯୋଗାଯାଇ ପାରିନି। ବିଦ୍ୟୁତ୍ ବିଭାଗର ୭ ହଜାର କର୍ମଚାରୀ ପୁନରୁଦ୍ଧାର କାର୍ୟ୍ୟରେ ନିୟୋଜିତ ଅଛନ୍ତି। ବିଦ୍ୟୁତ ବିଭାଗର ୯୮% କାମ ସରିଛି। ତଳିଆ ଅଞ୍ଚଳରେ ପାଣି ଜମିଥିବାରୁ ବିଦ୍ୟୁତ ଯୋଗାଣ ହୋଇପାରିନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ଦାନାରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ ଜିଲ୍ଲା ପ୍ରଭାବିତ ହୋଇଛି। ୫ ଜିଲ୍ଲାର ୧୨ଟି ବ୍ଲକ ୮୮୦ ପଞ୍ଚାୟତର ୪୧୦୦ ଗାଁରେ ଫସଲ କ୍ଷତି ଘଟିଛି। ୨ ଲକ୍ଷ ୭୧ ହଜାର ୮୦୦ ଏକର ଚାଷ ଜମିରେ ଫସଲ କ୍ଷତିଗ୍ରସ୍ତ ହୋଇଛି। ଜଳ ନିଷ୍କାସନ ପରେ କ୍ଷେତ୍ରକୁ ଯାଇ ଆକଳନ କରାଯିବ। ସେହି ଆଧାରରେ ଚାଷୀଙ୍କୁ ଦିଆଯିବ କ୍ଷତିପୂରଣ ପ୍ରଦାନ କରାଯିବ। ରାସ୍ତା ଗୁଡ଼ିକରୁ ଅବରୋଧ ହଟିଛି। ଗମନାଗମନରେ ଅସୁବିଧା ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Related Posts

    ବିଜେଡି ଭାଡ଼ି ଖାଲି ହେଉଛି :ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ତେବେ ନାମାଙ୍କନ ଭରିବା ପରେ ଶ୍ରୀ ସାମନ୍ତରାୟ ପୁଣି ବିଜେଡି ଉପରେ…

    Continue reading
    ନାମାଙ୍କନ କଲେ ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ