ସମ୍ ନର୍ସିଂ କଲେଜର ଏନ୍ଏସ୍ଏସ୍ ଶାଖା ପକ୍ଷରୁ ସ୍ୱତନ୍ତ୍ର ଶିବିର

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ ନର୍ସିଂ କଲେଜ (ଏସ୍ଏନ୍ସି)ର ଏନ୍ଏସ୍ଏସ୍ ଶାଖା ପକ୍ଷରୁ ସେପ୍ଟେମ୍ବର ୨୧ ରୁ ୨୭ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଛତାବର ଗ୍ରାମରେ ଏକ ସ୍ୱତନ୍ତ୍ର ଶିବିରର ଆୟୋଜନ କରାଯାଇଥିଲା ।
ଏହି ଶିବିରର ଊଦ୍ଘାଟନୀ କାର୍ଯ୍ୟକ୍ରମରେ ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଏନ୍ଏସ୍ଏସ୍ ଶାଖାର କାର୍ଯ୍ୟକ୍ରମ ସଂଯୋଜକ ଡକ୍ଟର କମଳ ଲୋଚନ ମହନ୍ତ, କାର୍ଯ୍ୟକ୍ରମ ଅଧିକାରୀ ସୁଶ୍ରୀ ଇତିଶ୍ରୀ ପ୍ରଧାନ, ସୁଶ୍ରୀ ସୁଜ୍ୟୋସ୍ନା ଜେନା ଏବଂ ଡକ୍ଟର ଭୀମସେନ ଭୋଳ ପ୍ରମୁଖ ଯୋଗ ଦେଇଥିଲେ । ଉଦ୍ଘାଟନୀ କାର୍ଯ୍ୟକ୍ରମ ପରେ ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀମାନେ ଛତାବର ଗ୍ରାମର ଘର ଘର ବୁଲି ସଫେଇ ସମ୍ପର୍କିତ ସଚେତନତା ବାର୍ତା ଜଣାଇଥିଲେ ।
ଏହା ଛଡ଼ା ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀମାନେ ଛତାବର ସ୍ଥିତ ସାଇ ସରସ୍ୱତୀ ମନ୍ଦିରରେ ଗ୍ରାମର ମହିଳାମାନଙ୍କ ମଧ୍ୟରେ ପରିମଳ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସହ ଛାତ୍ରଛାତ୍ରୀମାନଙ୍କ ପାଇଁ ହାତ ପରିଷ୍କାର କାର୍ଯ୍ୟକ୍ରମ କରିଥିଲେ । ଛତାବର ଗ୍ରାମର ରାସ୍ତାକୁ ସଫା କରିବା ସହ ଏକ ସଫେଇ ଅଭିଯାନ ମଧ୍ୟ ଆୟୋଜନ କରାଯାଇଥିଲା ।
ଏହି ଶିବିରରେ ନିଶାଦ୍ରବ୍ୟର ଅପବ୍ୟବହାରକୁ ନେଇ ଏକ ସଚେତନତା ରାଲି ଆୟୋଜନ କରାଯିବା ସହ ଗ୍ରାମବାସୀଙ୍କୁ ସ୍ୱାସ୍ଥ୍ୟ ଏବଂ ସମାଜ ଉପରେ ଅବୈଧ ଔଷଧର କୁପ୍ରଭାବ ବିଷୟରେ ଅବଗତ କରାଯାଇଥିଲା । ପୁଷ୍ଟିକର ଖାଦ୍ୟକୁ ପ୍ରୋତ୍ସାହିତ କରିବା, ଡେଙ୍ଗୁ ନିୟନ୍ତ୍ରଣ ଓ ମଶାବାହିତ ରୋଗ ଉପରେ ମଧ୍ୟ ସଚେତନତା ସୃଷ୍ଟି କରାଯାଇଥିଲା । ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀମାନେ ଗ୍ରାମବାସୀଙ୍କ ମଧ୍ୟରେ ହୃଦଘାତ ସମ୍ପର୍କିତ ସଚେତନତା ସୃଷ୍ଟି କରିବା ନିମନ୍ତେ ଏକକ ନାଟକ ପରିବେଷଣ କରିଥିଲେ ।

  • Related Posts

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…

    Continue reading
    କ୍ୟାବିନେଟ ନିଷ୍ପତ୍ତି : କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କାର ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ

    ଭୁବନେଶ୍ୱର: ରାଜ୍ୟରେ ଶକ୍ତି, ପରିବହନ ଓ ପାନୀୟ ଜଳ କ୍ଷେତ୍ର ସମେତ ୫ଟି ବିଭାଗର ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କେନ୍ଦୁଝରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ