କଳିଙ୍ଗ ଷ୍ଟାଡ଼ିୟମରେ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

ଭୁବନେଶ୍ୱର, ୧୦ ଅକ୍ଟୋବର, ୨୦୨୫: ଭାରତୀୟ ଆଥଲେଟିକ୍ସ ମହାସଂଘ, ଓଡ଼ିଶା ଆଥଲେଟିକ୍ସ ସଂଘ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ର ଆୟୋଜନ କରାଯିବ। ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ସର୍ବାଧିକ କ୍ରୀଡ଼ାବିତ୍‌ (୧୪୭ ଜଣ) ହରିୟାଣା ରାଜ୍ୟରୁ ଅଂଶଗ୍ରହଣ କରିବେ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି।
କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ କହିଛନ୍ତି ଯେ, “ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏଥିସହ ଅକ୍ଟୋବର ୧୧ ତାରିଖ ଠାରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୨୮ତମ ଏସୀୟ ଟେବୁଲ ଟେନିସ ଟିମ୍ସ ଚାମ୍ପିୟନସିପ୍ ଅନୁଷ୍ଠିତ ହେବାକୁ ଯାଉଛି। ଏକ ସମୟରେ ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାର ଆୟୋଜନ କରିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। କ୍ରୀଡ଼ାବିତମାନେ ନିଜର ଉତ୍କୃଷ୍ଟ ପ୍ରଦର୍ଶନ ମାଧ୍ୟାମରେ ସଫଳତା ଅର୍ଜନ କରିବେ ବୋଲି ମୁଁ ଆଶା କରୁଛି।” “ଓଡ଼ିଶାରେ କଳିଙ୍ଗ ଷ୍ଟାଡ଼ିୟମରେ ବିଗତ ଅଗଷ୍ଟ ମାସରେ ସଫଳତାର ସହ ୱାର୍ଲଡ଼ କଣ୍ଟିନେଣ୍ଟାଲ ଟୁର୍ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାର ଆୟୋଜନ ମାଧ୍ୟମରେ ବିଶ୍ୱ କ୍ରୀଡ଼ା ଜଗତରେ ଓଡ଼ିଶା ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି। ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ର ଆୟୋଜନ ମଧ୍ୟ ସଫଳତାର ସହ ହେବ”, ବୋଲି ଭାରତୀୟ ଆଥଲେଟିକ୍ସ ମହାସଙ୍ଗ ପକ୍ଷରୁ ଶ୍ରୀ ଆଦିଲ୍ ସୁମାରିୱାଲା ମତପ୍ରକାଶ କରିଛନ୍ତି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ