ଫଡ଼ନାବିସ ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ:ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭାରତୀୟ ଜନତା ପାର୍ଟିର ଦେବେନ୍ଦ୍ର ଫଡ଼ନାବିସ। ଆଜି ବସିଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ପାର୍ଟିର ନେତାମାନେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ତାଙ୍କର ଦୁଇ ଉପମୁଖ୍ୟମନ୍ତ୍ରୀ ହେବେ ଶିବସେବାର ଏକନାଥ ସିନ୍ଦେ ଓ ଏନସିପିର ଅଜିତ ପାୱାର। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମୁମ୍ବାଇର ଆଜାଦ ମଇଦାନରେ ଅପରାହ୍ନ ୫ ଘଣ୍ଟା ସମୟରେ ଶପଥ ଗ୍ରହଣ କରିବାର କାର୍ୟ୍ୟକ୍ରମ ରହିଛି। ଶପଥଗ୍ରହଣ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ ବୋଲି ମହାରାଷ୍ଟ୍ର ବିଜେପି ସଭାପତି ଚନ୍ଦ୍ରଶେଖର ବାବନକୁଳ ଘୋଷଣା କରିଛନ୍ତି।

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣାର ୧୧ ଦିନ ପରେ ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଭାରତୀୟ ଜନତା ପାର୍ଟି ପକ୍ଷରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଏ ନେଇ ଉଭୟ ଦିଲ୍ଲୀ ଓ ମୁମ୍ବାଇରେ ଦଳକୁ ଅନେକ କସରତ କରିବାକୁ ପଡ଼ିଛି। ବିଦାୟୀ ମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ଏକନାଥ ସିନ୍ଦେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବାକୁ ଅଡ଼ି ବସିବାରୁ ନୂଆ ସରକାର ଗଠନ ବିଳମ୍ବିତ ହୋଇଥିଲେ। ଶେଷରେ ନୂଆ ସରକାରରେ ଉପମୁଖ୍ୟମନ୍ତ୍ରୀ ହେବାକୁ ସିନ୍ଦେ ରାଜି ହେବା ପରେ ଆଜି ମହାରାଷ୍ଟ୍ର ବିଜେପିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ଦେବେନ୍ଦ୍ର ଫଡ଼ନାବିସ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି। ସେ ଆଜି ରାଜ୍ୟପାଳଙ୍କୁ ଭେଟି ନୂଆ ସରକାର ଗଠନ କରିବାକୁ ଦାବି ଉପସ୍ଥାପନ କରିବେ।

  • Related Posts

    ୧୨ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ

    ନୂଆଦିଲ୍ଲୀ : ପ୍ରକୃତିର ଅନ୍ୟତମ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ପ୍ରଭାବରେ ୟୁରୋପ ଖୁବ୍ କମ୍ ସମୟ ପାଇଁ ଦିବାଲୋକରେ ଅନ୍ଧକାରମୟ ହୋଇଯିବ । ମହାକାଶର କିଛି କ୍ଷେତ୍ରରେ ୧ ମିନିଟ୍ରୁ ଟିକିଏ ଅଧିକ…

    Continue reading
    ଓଲଟିଲା ବସ୍, ୭ ମୃତ

    ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ଚମ୍ଵା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ସକାଳେ ତୀସା-ବୈରାଗଡ଼ ରାସ୍ତାରେ ଚାଲୁଜ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ