ବୁଧବାର ଶ୍ରୀମନ୍ଦିରରେ ବନକଲାଗି ନୀତି

ପୁରୀ: ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ପ୍ରଥା ଓ ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ