ସୁଭଦ୍ରା ଟଙ୍କା: ଡିସେମ୍ବର ୨୫ରେ ମିଳିବ ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ

ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇସାରିଥିବା ବେଳେ ଡିସେମ୍ବର ୨୫ ତାରିଖରେ ୪ ର୍ଥ ପର୍ଯ୍ୟାୟ ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ କରାଯିବାକୁ ପ୍ରସ୍ତୁତି ଜାରି ରହିଛି । ଏଥିପାଇଁ ନୂଆ ଆବେଦନକାରୀଙ୍କ ସମେତ ଅଦ୍ୟାବଧି ସହାୟତା ପାଇ ପାରିନଥିବା ଦରଖାସ୍ତକାରୀଙ୍କ ଆବେଦନ ଯାଞ୍ଚ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଡିସେମ୍ବର ୧ ତାରିଖ ସୁଦ୍ଧା ସୁଭଦ୍ରାରେ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଆବେଦନ ଗ୍ରହଣ ହୋଇଛି।
ସମସ୍ତ ପ୍ରକ୍ରିୟାର ସୁବ୍ୟବସ୍ଥା ଓ ଯାଞ୍ଚ ପ୍ରକ୍ରିୟାର ଅଗ୍ରଗତି ସମ୍ପର୍କରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଉପସ୍ଥିତିରେ ସଦ୍ୟତମ ସ୍ଥିତି ଅନୁଧ୍ୟାନ କରିଥିଲେ। ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ମହାନଗର ନିଗମର ଉଚ୍ଚ ପଦାଧିକାରୀମାନେ ଏହି ବୈଠକରେ ଆଭାସୀ ମାଧ୍ୟମରେ ଯୋଗଦାନ କରିଥିଲେ। ବୈଠକରେ ସୁଭଦ୍ରା ଆବେଦନ ଯାଞ୍ଚ ପାଇଁ ଗଠିତ କ୍ଷେତ୍ରସ୍ତରୀୟ ଟିମ୍ ମାନଙ୍କର କାର୍ଯ୍ୟ ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା।
ସମସ୍ତ ଜିଲ୍ଲାପାଳ ଓ ମହାନଗର ନିଗମର ଆୟୁକ୍ତମାନଙ୍କୁ ଏହି ଟିମ୍ର କାର୍ଯ୍ୟ ଅଗ୍ରଗତି ସଂପର୍କରେ ନିଜେ ଅନୁଧ୍ୟାନ କରିବା ସହିତ ଦୈନିକ ଏହାର ଅଗ୍ରଗତି ତଦାରଖ କରିବାକୁ ବୈଠକରେ ପରାମର୍ଶ ଦିଆଯାଇଥିଲା। ଡିସେମ୍ବର ୬ ତାରିଖ ସୁଦ୍ଧା ଯୋଗ୍ୟ ହିତାଧିକାରୀ ଓ ଅଯୋଗ୍ୟ ତାଲିକା ବ୍ଲକ,ସହରାଞ୍ଚଳ ବା ମହାନଗର ନିଗମ ସ୍ତରରେ ପ୍ରକାଶ କରାଯିବ ଏବଂ ଏହା ପରେ ଆଉ ୭ ଦିନ ପର୍ଯ୍ୟନ୍ତ ଆପତ୍ତି ଗ୍ରହଣ କରାଯିବ। ପୂର୍ବରୁ ଆବେଦନ କରିଥିବା ଯୋଗ୍ୟ ହିତାଧିକାରୀଙ୍କୁ କେଉଁ କାରଣ ଯୋଗୁଁ ସେମାନଙ୍କର ଅର୍ଥ ଅନ୍ଲାଇନ୍ ଯୋଗେ ପ୍ରେରଣ ହୋଇପାରିନାହିଁ, ସେ ସଂପର୍କରେ ଅନୁଧ୍ୟାନ କରାଯାଉଛି । ହିତାଧିକାରୀଙ୍କୁ ସିଧାସଳଖ ଅର୍ଥ ପ୍ରେରଣରେ ରହୁଥିବା ସମସ୍ୟା ସଂପର୍କରେ ଅନୁଧ୍ୟାନ କରିବା ପାଇଁ ଅଙ୍ଗନାବାଡ଼ି କର୍ମଚାରୀ ଓ ବ୍ୟାଙ୍କ ମିତ୍ର ଆଦି କ୍ଷେତ୍ରସ୍ତରୀୟ ଯାଂଚ ଟିମର କର୍ମକର୍ତ୍ତାମାନଙ୍କୁ ସେମାନଙ୍କ ପାଖରେ ପହଞ୍ଚି ସଚେତନତାଭିତ୍ତିକ କାର୍ଯ୍ୟକ୍ରମ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଇ-କେୱାଇସି ମୋଡ୍ୟୁଲ ପାଇଁ ହିତାଧିକାରୀଙ୍କୁ ଯେପରି କୌଣସି ଅର୍ଥ ଦେବାକୁ ପଡିବ ନାହିଁ,ତାହାକୁ ନିଶ୍ଚିତ କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ଯେଉଁମାନେ ଏହି ଯୋଜନାରେ ସୁବିଧା ନେବାକୁ ଚାହୁଁ ନାହାଁନ୍ତି, ସେଥିପାଇଁ ‘‘ଅପ୍ଟ୍‌-ଆଉଟ୍‌’’ କରିବା ବ୍ୟବସ୍ଥା ସୁଭଦ୍ରା ପୋର୍ଟାଲରେ ରହିଛି। ୧୮,୭୩୫ ହିତାଧିକାରୀ ୩ ଡିସେମ୍ବର ସୁଦ୍ଧା ଅପ୍ଟ୍ ଆଉଟ୍ କରିସାରିଛନ୍ତି। ଏହା ଦ୍ୱାରା ପ୍ରକାରାନ୍ତରେ ଅନ୍ୟ ଜଣେ ହିତାଧିକାରୀ ଉପକୃତ ହେଉଥିଲେ ସୁଦ୍ଧା, ଏହା ଯଦି ସଂପୃକ୍ତ ହିତାଧିକାରୀଙ୍କ ଇଚ୍ଛାନୁସାରେ ହେଉନଥାଏ, ସେ ବିଷୟରେ ସେମାନଙ୍କୁ ସଚେତନ କରାଯିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ