ଓଡ଼ିଶା ବିଧାନସଭାର ବିଭିନ୍ନ କମିଟିର କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହେଲେ ହରିଆଣାର ବିଧାନସଭାର ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର, ୧୫/୧୦: ଆଜି ହରିଆଣା ବିଧାନସଭାର ଶିକ୍ଷା, ବୈଷୟିକ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା, ମେଡ଼ିକାଲ ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ସବ୍‌ଜେକଫ କମିଟିର ଅଧ୍ୟକ୍ଷ ଶ୍ରୀ ରାମ କୁମାର କାଶ୍ୟପଙ୍କ ଅଧ୍ୟକ୍ଷତାରେ ଏକ ୧୧ ଜଣିଆ ସଦସ୍ୟଦଳ ଓଡ଼ିଶା ଗସ୍ତରେ ଆସିଛନ୍ତି ।
ଓଡ଼ିଶା ବିଧାନସଭାର ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଏହି ସଦସ୍ୟମାନେ ବିଧାନସଭା ଷ୍ଟାଣ୍ଡିଙ୍ଗ୍‌ କମିଟି-୪ର ଅଧ୍ୟକ୍ଷ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ବିଧାନସଭା ଷ୍ଟାଣ୍ଡିଙ୍ଗ୍‌ କମିଟି-୫ର ଅଧ୍ୟକ୍ଷ ଶ୍ରୀ ବିଭୂତି ଭୂଷଣ ପ୍ରଧାନ, ସଦସ୍ୟ ଶ୍ରୀ ଗଣେଶ୍ୱର ବେହେରା, ଶ୍ରୀ ବଦ୍ରିନାରାୟଣ ପାତ୍ର, ଶ୍ରୀ ରୂପେଶ କୁମାର ପାଣିଗ୍ରାହୀ, ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ, ଶ୍ରୀ ଉମାଚରଣ ମଲ୍ଲିକ, ଡ. ଫକୀର ନାୟକ, ଶ୍ରୀ ବିଜୟ କୁମାର ଦଳବେହେରା ଓ ଶ୍ରୀମତୀ ସୀମାରାଣୀ ନାୟକଙ୍କ ସହ ଓଡ଼ିଶାର ଶିକ୍ଷା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିଥିଲେ । ହରିଆଣାର ଶିକ୍ଷା ଓ ସ୍ୱାସ୍ଥ୍ୟସେବା ସବ୍‌ଜେକଫ କମିଟିର ସଦସ୍ୟମାନେ ସେଠାକାର ସରକାରଙ୍କ ଦ୍ୱାରା ଶିକ୍ଷା କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ଭଲ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ଓଡ଼ିଶାର ସଦସ୍ୟମାନେ ମଧ୍ୟ ଓଡ଼ିଶାରେ ଶିକ୍ଷା କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ବହୁ ଅଭିନବ ଯୋଜନା ବାବଦରେ ସୂଚନା ଉପସ୍ଥାପନ କରିଥିଲେ । ଉଭୟ ରାଜ୍ୟ ଶିକ୍ଷା କ୍ଷେତ୍ରରେ ଲାଗୁ ହେଉଥିବା ଭଲ ଯୋଜନାସବୁକୁ ଆପଣାଇବା ପାଇଁ ବୈଠକରେ ସହମତି ପ୍ରକାଶ ପାଇଥିଲା । ଏହି ଅବସରରେ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ଏହି କମିଟି ତାଙ୍କର ଏହି ଗସ୍ତ ସମୟରେ ପୁରୀ, କୋଣାର୍କ ସମେତ ଚିଲିକା, ସାତପଡ଼ା ଓ ଓଡ଼ିଶାର ଅନ୍ୟ ଦର୍ଶନୀୟ ସ୍ଥାନ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ