ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ବାତ୍ୟାଞ୍ଚଳ ପରିଦର୍ଶନ କରି ସନ୍ଧ୍ୟାରେ ପରିସ୍ଥିତି ଓ ପୁନରୁଦ୍ଧାର କାର୍ୟ୍ୟର ସମୀକ୍ଷା କରିଥିଲେ। ସମିକ୍ଷାପରେ ଗଣ ମାଧ୍ୟମ ଆଗରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ ସମୁଦାୟ ୬୨୧୦ ଟି ଆଶ୍ରୟସ୍ଥଳରେ ୮ ଲକ୍ଷରୁ ଅଧିକ ଲୋକ ରହିଥିଲେ। କିନ୍ତୁ ବର୍ତ୍ତମାନ ପ୍ରାୟ ସମସ୍ତେ ନିଜନିଜ ଘରକୁ ଫେରିଗଲେଣି।ଯେଉଁ କେତୋଟି ଗ୍ରାମ ପଞ୍ଚାୟତରେ ପାଣି ଜମି ରହିଛି ସେଠିକାର ଲୋକମାନେ ଏବେବି ଆଶ୍ରୟସ୍ଥଳୀରେ ଅଛନ୍ତି। ମାତ୍ର ୩୦ ହଜାର ଲୋକ ୪୭୦ ଟି ଆଶ୍ରୟସ୍ଥଳୀରେ ଅଛନ୍ତି। ବିଦ୍ୟୁତ୍ ଯୋଗାଣ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରାଯାଇଛି।ସମୁଦାୟ ୨୨ ଲକ୍ଷ ୮୪ ହଜାର ଉପଭୋକ୍ତା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨୨ ଲକ୍ଷ ୩୨ ହଜାର ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ସ୍ୱଭାବିକ କରାଯାଇଛି। କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଅଳ୍ପ କେତୋଟି ଗ୍ରାମ ପଞ୍ଚାୟତ ଏବେବି ଜଳମଗ୍ନ ଅଛି। ତାହା ସତ୍ତ୍ୱେ ବି ବିଦ୍ୟୁତ୍ ଯୋଗାଣ କାର୍ୟ୍ୟ ଚାଲିଛି। ପାଣି କମିବା ପରେ ବିଦ୍ୟୁତ୍ ଯୋଗାଣ ଶତପ୍ରତିଶତ ସ୍ୱାଭାବିକ ହୋଇଯିବ। ୭ ହଜାରରୁ ଅଧିକ କର୍ମଚାରୀ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବା ପାଇଁ ନିୟୋଜିତ ଅଛନ୍ତି ବୋଲି ସେ କହିଥିଲେ। ବିଦ୍ୟୁତ୍ ପୁନଃ ଯୋଗାଣ କ୍ଷେତ୍ରରେ ଲୋକମାନେ କର୍ମଚାରୀଙ୍କୁ ସ୍ବତଃ ପ୍ରବୃତ୍ତ ଭାବେ ସହଯୋଗ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ପ୍ରଭାବିତ ଅଞ୍ଚଳର ମ୍ୟୁନିସପାଲଟି ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକରେ ସଫେଇ କାର୍ୟ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଅଣପ୍ରଭାବିତ ଅଞ୍ଚଳରୁ ସଫେଇ କର୍ମଚାରୀ ଆଣି ରାସ୍ତାଘାଟ ପରିଷ୍କାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।କୃଷି କ୍ଷେତ୍ରର କ୍ଷୟକ୍ଷତି ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରାରମ୍ଭିକ ଆକଳନରୁ ଜଣାଯାଇଛି ଯେ, କୃଷି କ୍ଷେତ୍ରରେ କେନ୍ଦ୍ରାପଡା ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାର ୧୨ ଟି ବ୍ଲକ୍ ର ୮୮୦ ଟି ଗ୍ରାମ ପଞ୍ଚାୟତ ଓ ୪୧୦୦ ଟି ଗ୍ରାମରେ ପ୍ରାୟ ୨ ଲକ୍ଷ ୨୧ ହଜାର ୮୦୦ ଏକର ଚାଷ ଜମିରେ ଫସଲ କ୍ଷତି ହୋଇଛି। ପ୍ରକୃତ ରିପୋର୍ଟ ଆସିବାପରେ ସହାୟତା ପ୍ରଦାନ କରାଯିବ ବୋଲି ସେ କହିଥିଲେ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ