୧୪ ବର୍ଷରେ ସୋଆ କମ୍ୟୁନିଟି ରେଡିଓ

ଭୁବନେଶ୍ୱର, ଅକ୍ଟୋବର ୨୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କମ୍ୟୁନିଟି ରେଡ଼ିଓ ଷ୍ଟେସନ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ପ୍ରସାରଣର ୧୩ ବର୍ଷ ପୂରଣ କରିଛି । ଏହି ବର୍ଷ ପୂର୍ତି ଉପଲକ୍ଷେ ସୋଆର ଉପାଧ୍ୟକ୍ଷ ଶ୍ରୀମତି ଶାଶ୍ୱତୀ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମାଜକୁ ଜନହିତକର ସୂଚନା ଦେବାରେ ସୋଆ କମ୍ୟୁନିଟି ରେଡ଼ିଓ ଅଗ୍ରଣୀ ଭୂମିକା ତୁଲାଉଥିବା କହିଛନ୍ତି । ୨୦୧୨ ଅକ୍ଟୋବର ୧୫ ତାରିଖରେ ଆରମ୍ଭ ହୋଇଥିବା ସୋଆ କମ୍ୟୁନିଟି ରେଡ଼ିଓ ସଚେତନତା, ଶିକ୍ଷା, ସ୍ୱାସ୍ଥ୍ୟ, ଯୁବପିଢ଼ି, ମହିଳା ସଶକ୍ତିକରଣ, କୃଷି, ସାଂସ୍କୃତିକ, ପର୍ଯ୍ୟଟନ, ଐତିହ୍ୟ, ଜଳବାୟୁ ପରିବର୍ତନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଏକ ଦୃଢ଼ ମଂଚ ହୋଇପାରିଛି ବୋଲି ଶ୍ରୀମତି ଦାସ କହିଥିଲେ । ୧୩ ବର୍ଷ ପୂର୍ତୀ ପାଳନ ଅବସରରେ ଶ୍ରୀମତି ଦାସ ରେଡ଼ିଓର ସମସ୍ତ କର୍ମକର୍ତାମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସେମାନଙ୍କ ଅନୁକରଣୀୟ ପ୍ରଦର୍ଶନ ଏବଂ ସହରର ସବୁଠାରୁ ଲୋକପ୍ରିୟ ରେଡ଼ିଓ ତାଲିକାରେ ସ୍ଥାନୀତ ହେବା ଏବଂ ସମାଜର ସେବା କରିବା ନିମନ୍ତେ ଅଭିନନ୍ଦନ ଜଣାଇଥିଲେ । ସୋଆ ରେଡ଼ିଓର ଦାୟିତ୍ୱରେ ଥିବା ଅଧିକାରୀ ଶ୍ରୀମତି ହନି ପଟ୍ଟନାୟକ କହିଥିଲେ ଭଏସ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ଏକ ଦାୟିତ୍ୱ ସମ୍ପନ୍ନ ପ୍ରସାରଣ ମାଧ୍ୟମ ଏବଂ ଏହା ସର୍ବଦା ଗୁଣାତ୍ମକ କାର୍ଯ୍ୟକ୍ରମ ଜରିଆରେ ଜନସାଧାରଣଙ୍କ ନିକଟରେ ପହଂଚିବାକୁ ଉଦ୍ୟମ ଜାରି ରଖିବ । ଏହି ଅବସରରେ ସୋଆର କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ଜଏଂଟ ରେଜିଷ୍ଟ୍ରାର ପ୍ରଫେସର ମଧୁବ୍ରତା ମହାନ୍ତି, ସୋଆ ରେଡ଼ିଓର ସମସ୍ତ ସଦସ୍ୟ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

Related Posts

ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

Continue reading
ବଡ଼ ଭାଇକୁ ହତ୍ୟା କଲା ସାନ

ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ