ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ!

ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍‌-ଏ, ଭିଟାମିନ୍‌ ‘ସି’, ଭିଟାମିନ୍‌ ‘ଇ’, ଫଲିକ୍‌ ଏସିଡ଼୍‌, ଲୌହ, କ୍ୟାଲ୍‌ସିୟମ୍‌, ପୋଟାସିୟମ୍‌ ଓ ମ୍ୟାଗ୍ନେସିୟମ୍‌ ଇତ୍ୟାଦି ଉପାଦାନ ଭରି ରହିଛି। ଗାଜରରେ ବିଟା କାରୋଟିନ୍‌, ଭିଟାମିନ୍‌ ‘ସି’, ବିଟ୍‌ରେ ଭିଟାମିନ୍‌-ଏ, ବି,ସି,କେ ଭରି ରହିଛି। ଜୁସ୍‌ ହିସାବରେ ଏହା ଖୁବ୍‌ ଉପଯୋଗୀ। ଶାଗରୁ ମଧ୍ୟ ଅତି ଉପକାରୀ ଓମେଗା-୩ ନାମକ ସ୍ନେହସାର ମିଳିଥାଏ। ତେଣୁ ନିୟମିତ ଶାଗ ଖାଇଲେ ରକ୍ତହୀନତା, ହୃଦ୍‌ରକ୍ତନଳୀ ରୋଗ, ଡାଇବେଟିସ୍‌, କାଟାରାକ୍ଟ, ପୃଥୁଳତା, କୋଷ୍ଠକାଠିନ୍ୟ ଆଶଙ୍କା କେତେକାଂଶରେ ହ୍ରାସ ପାଏ। ଶୀତଦିନେ ତଟକା ଗାଜର, ବିଟ୍‌ ଓ କନ୍ଦମୂଳ ପ୍ରଚୁର ପରିମାଣରେ ମିଳେ। ମୂଳାରେ ଭିଟାମିନ୍‌, ଖଣିଜ ଲବଣ ଆଦି ରହିଛି। ତେଣୁ ଡାଇବେଟିସ୍‌ ଓ ପୃଥୁଳ ରୋଗୀମାନେ ଏହାକୁ ନିରାପଦରେ ଖାଇପାରିବେ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ଲୁହା କଡେ଼ଇରେ ଖାଦ୍ୟ ରାନ୍ଧୁଥିଲେ ସାବଧାନ !

    ରୋଷେଇ କରିବା ସମୟରେ ଜାଣତରେ କିମ୍ବା ଅଜାଣତରେ ଆମେ ଅନେକ ଭୁଲ୍ କରିଥାଉ । ଏହି ଭୁଲ୍ ଗୁଡିକ ମଧ୍ୟରୁ କେତେକ ଏପରି ଅଛି ଯାହା ପାଇଁ ଆପଣଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହୋଇପାରେ । ଏହି କାରଣରୁ ଯେତେବେଳେ ବି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ