ଏକାମ୍ର ବାଲିଯାତ୍ରା ମହୋତ୍ସବ ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର :ଗତବର୍ଷ ଭଳି ଚଳିତ ବର୍ଷ ଏକାମ୍ର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୨ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ । ଏ ନେଇ ଏକ ପ୍ରସ୍ତୁତି ବୈଠକ ଭୁବନେଶ୍ୱରର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ରନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । ଏକାମ୍ର ବାଲିଯାତ୍ରା କମିଟି ଏବଂ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗରେ ବାଙ୍କୁଆଳ ନିକଟସ୍ଥ ଦୟା ନଦୀପଠାରେ ଆୟୋଜିତ ହେବାକୁ ଥିବା ଏହି ମହୋତ୍ସବର ବିଭିନ୍ନ ରୂପରେଖ ଉପରେ ଆଲୋଚନା ହୋଇଥିଲା ।

ଏହି ଆଲୋଚନାରେ ସଂପୃକ୍ତ ସଂଯୋଗୀ ସଡ଼କ ମରାମତି, ଆଲୋକୀକରଣ, ପାର୍କିଂ, ଶୌଚାଳୟ, ଖାଦ୍ୟର ମାନ ଯାଞ୍ଚ, ଆଶୁ ଚିକିତ୍ସା ବ୍ୟବସ୍ଥା, ସୁରକ୍ଷା, ଟ୍ରାଫିକ୍‌, ସିସିଟିଭି ମୁତୟନ ଆଦି ସଂପର୍କରେ ଆଲୋଚନା ହୋଇ ସଂପୃକ୍ତ ବିଭାଗଗୁଡ଼ିକୁ ଏ ଦିଗରେ ବିହିତ ପଦକ୍ଷେପ ନେବାକୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ପ୍ରତି ସନ୍ଧ୍ୟାରେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ୟ୍ୟକ୍ରମ ଆୟୋଜନ କରିବାକୁ ମଧ୍ୟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ଏକାମ୍ର ବାଲିଯାତ୍ରା ସଫଳ ହେବ ଏହା ଉପରେ ଗୁରୁତ୍ୱ ଦେଇ କାର୍ୟ୍ୟ କରିବାକୁ ଅତିରିକ୍ତ ଜିଲ୍ଲାପାଳ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଏସିପି ଶ୍ରୀ କମଳ ଲୋଚନ ଭୂୟାଁ, ଭୁବନେଶ୍ୱର ବ୍ଲକ୍‌ ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ସାହୁ, ବିଡ଼ିଓ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, କମିଟିର ସଂପାଦକ ଶ୍ରୀ କବିରାଜ ସ୍ୱାଇଁ, ଆୟୋଜକ ଶ୍ରୀ ମନୋଜ ପଶ୍ଚିମକବାଟଙ୍କ ସମେତ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ