୨୦୦୦ କୋଟି ନିବେଶରେ ସେମିକଣ୍ଡକ୍ଟର ମ୍ୟାନୁଫାକ୍ଚରିଂ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ, ୧୦୦୦ ନିଯୁକ୍ତି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ବଢିଛି। ଆଜି ଭୁବନେଶ୍ୱରର ଇନ୍‌ଫୋଭ୍ୟାଲି ଠାରେ SiCSem ପ୍ରାଇଭେଟ୍ ଲିମିଟେଡର ଭୂମି ପୂଜନ ସମାରୋହରେ ଯୋଗଦେଇଛନ୍ତି । ସୂଚନାଯୋଗ୍ୟ ଯେ ସମୁଦାୟ ୨୦୦୦ କୋଟି ଟଙ୍କାର ପୁଞ୍ଜିନିବେଶରେ ଏହି ମ୍ୟାନୁଫାକ୍ଚରିଂ ୟୁନିଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାଦ୍ୱାରା ପ୍ରାୟ ୧୦୦୦ ପ୍ରଫେସନାଲ ମାନଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେମିକଣ୍ଡକ୍ଟର କ୍ଷେତ୍ରରେ ଓଡିଶାର ବିକାଶ ଯାତ୍ରା ଆହୁରି ମଜବୁତ୍ ହେଉଛି। ଏହି ମୁହୂର୍ତ୍ତ କେବଳ ଇଟା ଏବଂ ସିମେଣ୍ଟ ବିଷୟରେ ନୁହେଁ; ଏହା ଆକାଂକ୍ଷା, ସ୍ଥିରତା, ସହଯୋଗ, ଏବଂ ଆତ୍ମନିର୍ଭରଶୀଳତାର ଉଦାହରଣ । ଏଥିରେ ଯେଉଁ ସେମିକଣ୍ଡକ୍ଟର ନିର୍ମିତ ହେବ, ତାହା ମିଜାଇଲ, ଇଲେକ୍ଟ୍ରୋନିକ୍ ଗାଡି, ପ୍ରତିରକ୍ଷା ଇକ୍ୟୁପ୍‌ମେଣ୍ଟ, ରେଲୱେ ଓ ସୌରଶକ୍ତି ଭଳି ଆଧୁନିକ କ୍ଷେତ୍ରରେ ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଆଜି ଭୁବନେଶ୍ୱର ଆଇ.ଆଇ.ଟି ରେ ମଧ୍ୟ SicSem କମ୍ପାନୀ ୬୪ କୋଟି ଟଙ୍କା ବିନିଯୋଗରେ ଏକ Research and Innovation Centre ସ୍ଥାପନ କରିଛି। କେନ୍ଦ୍ର ରେଳ ମନ୍ତ୍ରୀ ତାଙ୍କ MP LAD ଫଣ୍ଡରୁ ୫ କୋଟି ଟଙ୍କା ବିନିଯୋଗ କରି ଆଇ.ଆଇ.ଟି ଭୁବନେଶ୍ୱରରେ ଏକ ‘ନମୋ ସେମିକଣ୍ଡକ୍ଟର ଲାବୋରେଟୋରି’ ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି। ଏହା ସ୍ଥାପନ ହେବା ଦ୍ୱାରା ଛାତ୍ରଛାତ୍ରୀ ମାନେ ସେମିକଣ୍ଡକ୍ଟର ସମ୍ପର୍କରେ ଅଧିକ ଗବେଷଣାର ସୁଯୋଗ ପାଇବେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯାହା ପୂର୍ବରୁ ବର୍ଷ ବର୍ଷ ସମୟ ଲାଗି ଯାଉଥିଲା ତାହା ଏବେ ମାସକରେ ସମ୍ପୂର୍ଣ୍ଣ ହେଉଛି। ଏହା ହେଉଛି ନୂତନ ଭାରତର ଗତି ଏବଂ ଶକ୍ତି। ବେଙ୍ଗାଲୁରୁ ପରେ, ଆଜି ଓଡ଼ିଶା ଭାରତର ନୂତନ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ରାଜଧାନୀ ଭାବରେ ଉଭା ହେଉଛି। “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ, ଭାରତ ଚିପ୍ ରୁ ସିପ୍ ପର୍ଯ୍ୟନ୍ତ ସମସ୍ତ ମିଶନରେ ଆଗକୁ ବଢ଼ୁଛି । ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ୍ସ ଉତ୍ପାଦନରେ ଆତ୍ମନିର୍ଭରଶୀଳତାର ଓଡିଶା ଏକ ନୂତନ କାହାଣୀ ସୃଷ୍ଟି କରୁଛି ବୋଲି ସେ କହିଥିଲେ। ସେ ପୁଣି କହିଥିଲେ ପ୍ରଧାନମନ୍ତ୍ରୀଙ୍କ ସେମିକଣ୍ଡକ୍ଟର ମିଶନ୍‌ର ସଫଳତାରେ ଓଡ଼ିଶା ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଯାଉଛି। ଦିଲ୍ଲୀରେ ମଧ୍ୟ ଦୁଇଟି କମ୍ପାନୀ ଓଡ଼ିଶାରେ ସେମିକଣ୍ଡକ୍ଟର ୟୁନିଟ ପ୍ରତିଷ୍ଠା ପାଇଁ MoU କରିଥିଲେ । ଆଗାମୀ ଦିନରେ ଏହି ଦୁଇ କମ୍ପାନୀ ଓଡ଼ିଶାରେ ପ୍ରାୟ ୩୦୦୦ କୋଟି ଟଙ୍କା ନିବେଶ କରିବେ । ସେମିକଣ୍ଡକ୍ଟର କ୍ଷେତ୍ରରେ ଦେଶରେ ଓଡିଶା ଏକ ହବ୍ ଭାବେ ପରିଗଣିତ ହେବ ।କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଯୋଗଦେଇ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନ ସାକାର ହେଉଛି, ଓଡିଶା ପୂର୍ବୋଦୟର ଗେଟ-ୱେ ଭାବେ ବିକଶିତ ହେଉଛି। ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା ଶିଳ୍ପ ଏବଂ ଶିକ୍ଷାକୁ ସମନ୍ୱୟ କରି ଆଜି ଆଇ.ଆଇ.ଟି ଭୁବନେଶ୍ୱରରେ ‘ନମୋ ସେମିକଣ୍ଡକ୍ଟର ଲାବୋରେଟୋରି’ ସ୍ଥାପନ କରାଯିବ ବୋଲି ସେ ଘୋଷଣା କରିଥିଲେ। ଆଜି ଯୁବ ପିଢି ପାଇଁ ଏ କ୍ଷେତ୍ରରେ ନିଜର ଅଧିକ ଜ୍ଞାନ ଆହରଣ ଓ ଗବେଷଣ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ହେବ।
କାର୍ଯ୍ୟକ୍ରମରେ ଯୋଗଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଥିଲେ ଯେ, ଆଇ.ଟି କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ସେମିକଣ୍ଡକ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରୁଛି ଏବଂ ଓଡିଶା ଏହି ଗୁରୁ ଦାୟିତ୍ୱକୁ ବହନ କରି ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପିତ ବିକଶିତ ଭାରତର ସ୍ୱପ୍ନକୁ ସାକାର କରୁଛି।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଆଇ.ଆଇ.ଟି ଭୁବନେଶ୍ୱର ର ନିର୍ଦ୍ଦେଶକ ଶ୍ରୀ ଶ୍ରୀପଦ କର୍ମଲ୍‌କର୍, ଆର୍କେନ୍ କେମିକାଲ୍ ଇଣ୍ଡଷ୍ଟ୍ରୀଜ୍‌ର ମ୍ୟାନେଜିଙ୍ଗ୍ ଡାଇରେକ୍ଟର ଶ୍ରୀ ରଞ୍ଜିତ ପେଣ୍ଡୁର୍ଥୀ, ସିକ୍‌ସେମ୍ ପ୍ରାଇଭେଟ୍ ଲିମିଟେଡ୍‌ର ମ୍ୟାନେଜିଙ୍ଗ୍ ଡାଇରେକ୍ଟର ଶ୍ରୀ ଗୁରୁ ଥାଲ୍ଲାପାନେନୀ, କ୍ଲାସ୍-ସିକ୍ ୱାଫର୍ ଫ୍ୟାବ୍ ଲିମିଟେଡର ଚିଫ୍ ଏକ୍‌ଜୁକ୍ୟୁଟିଭ୍ ଅଫିସର ମିସ୍ ଜେନିଫର୍ ୱାଲ୍‌ସ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ