ଉପବାସରେ ମହାପ୍ରଭୁ ଲିଙ୍ଗରାଜ

ଉପବାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ମହାପ୍ରଭୁଙ୍କ ଅଧିବାସ ପୂଜାକୁ ନେଇ ମତ ପାର୍ଥକ୍ୟ ପାଇଁ ବନ୍ଦ ରହିଛି ସମସ୍ତ ନୀତିକନ୍ତି। ଅଭଡ଼ା ନପାଇ ନିରାଶ ହୋଇଛନ୍ତି ଶ୍ରଦ୍ଧାଳୁ। ଆଜି ସକାଳୁ ମଙ୍ଗଳ ଆଳତିଠାରୁ ବନ୍ଦ ରହିଛି ମହାପ୍ରଭୁଙ୍କର ସମସ୍ତ ନିତୀକାନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି।

ଆଜି ଓଢଣ ଷଷ୍ଠୀ ଅବସରରେ ମହାପ୍ରଭୁଙ୍କୁ ଓଢନୀ ଲାଗି କରାଯାଏ। ଆଉ ମନ୍ଦିରର ବିଧି ଅନୁସାରେ ଲିଙ୍ଗରାଜ ମହାପ୍ରଭୁଙ୍କ ପ୍ରଥମେ ଅଧିବାସ ପୂଜା ଅନୁଷ୍ଠିତ ହେବା ପରେ ଅନ୍ୟାନ ନୀତିକାନ୍ତି ହେବାର ଥିଲା। ମହାପ୍ରଭୁଙ୍କ ଏହି ନୀତିକାନ୍ତି ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ମିଳିତ ଭାବେ କରିଥାଆନ୍ତି। ତେବେ ଗତ ଦୁଇବର୍ଷ ଧରି ଅଧିବାସ ପୂଜା ନହୋଇ ମଧ୍ୟ ପ୍ରଶାସନର ହସ୍ତକ୍ଷେପ ଯୋଗୁ ନୀତିକାନ୍ତି ଶୃଙ୍ଖଳିତ ହେଉଥିଲା। ମାତ୍ର ଚଳିତ ବର୍ଷ ଅଧିବାସ ପୂଜାକୁ ନେଇ ପୁଣି ଜିଦ୍‌ ଧରିଛି ପୂଜାପଣ୍ଡା ନିଯୋଗ। ଯେଉଁଥିପାଇଁ ଆଜି ମଙ୍ଗଳ ଆରତୀ ପରଠାରୁ ଲିଙ୍ଗରାଜଙ୍କ ସବୁ ନୀତିକାନ୍ତି ବନ୍ଦ ରହିଛି। କିନ୍ତୁ ଦର୍ଶନ ଜାରି ରହିଛି। ତେବେ ମହାପ୍ରଭୁଙ୍କ ନୀତିକାନ୍ତି ବନ୍ଦ ପାଇଁ ମନ୍ଦିର ପ୍ରଶାସନକୁ ସମ୍ପୂର୍ଣ୍ଣ ଦାୟୀ କରିଛି ପୂଜାପଣ୍ଡା ନିଯୋଗ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ