ଆଜିଠାରୁ ଖୋଲିଲା କୁଲଡିହା ଅଭୟାରଣ୍ୟ

ଭୁବନେଶ୍ୱର,୦୧/୧୧:ବର୍ଷାଋତୁ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ରୁ ବନ୍ଦ ରହିଥିଲା କୁଲଡିହା ଅଭୟାରଣ୍ୟ । ପୁଣି ପର୍ଯ୍ୟଟନ ଋତୁ ଆସିବାରୁ ପ୍ରତ୍ୟେକ ବର୍ଷ ଭଳି ନଭେମ୍ବର ୧ରୁ ଅର୍ଥାତ୍ ଆଜିଠାରୁ ଖୋଲିଲା କୁଲଡିହା ଅଭୟାରଣ୍ୟ । ସୂଚନାରୁ ପ୍ରକାଶ ଯେ ନୀଳଗିରି ଅଞ୍ଚଳରେ ଥିବା ୨୭୨.୭୫ ବର୍ଗ କିମି ବିଶିଷ୍ଟ କୁଲଡିହା ଅଭୟାରଣ୍ୟ ଚଳିତ ବର୍ଷ ପର୍ଯ୍ୟଟକଙ୍କୁ କିପରି ଅଧିକ ଆକୃଷ୍ଟ କରିବ ବନ ବିଭାଗ ସେଥିପାଇଁ ପ୍ରସ୍ତୁତି କରିଛନ୍ତି । ଅଭୟାରଣ୍ୟରେ ହାତୀ, ବାଘ, ଭାଲୁ, ସମ୍ବର, ହରିଣ, ଠେକୁଆ, ଗୟଳ, ନୀଳଗାଈ, ବଳିଆ କୁକୁର, ବଜ୍ରକାପ୍ତା, ବେଲୋରା ମୂଷା, ମୟୂର ଇତ୍ୟାଦି ବନ୍ୟପ୍ରାଣୀ ଦେଖାଯାଆନ୍ତି । ସେହିପରି ନନ୍ଦନକାନନରୁ ଜଡ଼ାଚୁଆ ବିଟ ଅଧୀନ ଅସକଲପଦା ଠାରେ ହରିଣ ଆଣି ବର୍ଷକ ତଳୁ କ୍ୱାରେଣ୍ଟାଇନ ସେଣ୍ଟରରେ ରଖାଯାଇ ପରେ ଜଙ୍ଗଲରେ ଛଡ଼ା ଯିବାରୁ ହରିଣ ବଂଶ ଆଶାତୀତ ବୃଦ୍ଧି ହୋଇଛି । କୁଲଡିହାକୁ ଲାଗି ରହିଥିବା ଡ୍ୟାମ୍‌ ସାତଘାଟି, ଋଷିଆ, ପୁରୁଣାପାଣି, ଜଡ଼ାଚୁଆ, ମୁଖଚତୁରି, କଇମଚତୁରୀ ଅଞ୍ଚଳରେ ୨୫୦ରୁ ଅଧିକ ସଂଖ୍ୟାରେ ଦେଶୀ, ବିଦେଶୀ ପକ୍ଷୀ ଦେଖିବାକୁ ମଧ୍ୟ ମିଳିଥାଏ । ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ଏହି ଅଭୟାରଣ୍ୟରେ ଝରଣାର ଦୃଶ୍ୟ ମଧ୍ୟ ନିଆରା । ପର୍ଯ୍ୟଟନର ବିକାଶ ଲାଗି ଗୋହିରାଭୋଳଠାରେ “ଋଷିଆ ପ୍ରକୃତି ନିବାସ’ ମଧ୍ୟ ଖୋଲାଯାଇଛି । ରାତ୍ର ରହଣି ନିମନ୍ତେ ୯ଟି ତମ୍ବୁଘର ହୋଇଛି । ଏହା ସହ ନେଚର୍ସ କ୍ୟାମ୍ପ କରାଯାଇ ଖାଦ୍ୟ, ପିଇବା ପାଣି ଏବଂ ଶୌଚାଳୟ ବ୍ୟବସ୍ଥା କରାଯାଇଛି । ଅନ୍ୟପକ୍ଷେ ମାଦକଦ୍ରବ୍ୟ ଉପରେ କଟକଣା ରହିଛି । ବନ୍ୟପ୍ରାଣୀ ପଶି ନ ଆସିବା ପାଇଁ ଚାରି ପାଖରେ ଟ୍ରେଞ୍ଚ ମଧ୍ୟ ଖୋଳାଯାଇଛି । ଏହି ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ କରି ପର୍ଯ୍ୟଟକମାନେ ବୁଲିବା ସମୟରେ ୪ଟି କୃତ୍ରିମ ସଲ୍ଟପିଟ, ୫ଟି ୱାଚ ଟାୱାରରୁ କୁଲଡିହା ଅଭୟାରଣ୍ୟର ପଶୁପକ୍ଷୀଙ୍କୁ ଦେଖିବା ସହ ପ୍ରକୃତିର ମଜା ନେଇପାରିବେ । ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ଅନ୍‌ଲାଇନରେ ବୁକିଂର ବ୍ୟବସ୍ଥା ରହିଛି । ପୂର୍ବାହ୍ନ ୯ଟା ୩୦ରୁ ଅପରାହ୍ନ ୧ଟାରେ ପ୍ରବେଶ ସହ ୫ଟା ପର୍ଯ୍ୟନ୍ତ ପରିଭ୍ରମଣର ସୁବିଧା ରଖାଯାଇଛି ।

  • Related Posts

    ଖାଇବା ସମୟରେ ଏହି ଲକ୍ଷଣ ଦେଇଥାଏ କ୍ୟାନ୍ସରର ସଙ୍କେତ

    ଅନେକ ପ୍ରକାର କ୍ୟାନ୍ସରରେ ପ୍ରାରମ୍ଭିକ ପର୍ୟ୍ୟାୟରେ କୌଣସି ଗମ୍ଭୀର ଲକ୍ଷଣ ନଜର ଆସିନଥାଏ । କିନ୍ତୁ ଏମିତି କିଛି ସଙ୍କେତ ରହିଛି ଯେଉଁଥିରୁ କ୍ୟାନ୍ସର ହୋଇଛି ବୋଲି ଜାଣିହେବ ଏବଂ ସଠିକ୍ ସମୟରେ ଚିକିତ୍ସା କରିହେବ । ଯଦି ଆପଣ ଧ୍ୟାନ…

    Continue reading
    ଏହି ଆଠଟି ଲକ୍ଷଣକୁ ଅଣଦେଖା କରନ୍ତୁ ନାହିଁ, ହୋଇପାରେ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା

    ଅନେକ ସମୟରେ ଆପଣ ଶରୀରରେ ଯନ୍ତ୍ରଣା ଅନୁଭବ କରୁଥିବେ। ଯାହାକୁ ଆପଣ ଅଣଦେଖା କରିଥାଆନ୍ତି। ଡାକ୍ତରଙ୍କ ପରାମର୍ଶ ମଧ୍ୟ ନେଇନଥାଆନ୍ତି, କିନ୍ତୁ ଏପରି କଲେ ଆପଣଙ୍କ ଯନ୍ତ୍ରଣା ଗୁରୁତର ହେବାର ଆଶଙ୍କା ରହିଛି। ଆଜି ଆମେ ଆପଣଙ୍କୁ ଏମିତି କିଛି ଲକ୍ଷଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ