ଆଜି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଶେଷ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ। ବାଙ୍ଗିରିପୋଷି ରେଳ ଷ୍ଟେସନରେ ୩ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଡାମରା-ନ୍ୟୁ ଜାମଶୋଳା ନୂତନ ରେଳ ଲାଇନ୍, ବାଦାମପାହାଡ- କେନ୍ଦୁଝରଗଡ଼ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ। ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ଘଟାଇବ। ଏଥିସହ ଆଭାସି ଜରିଆରେ ରାଇରଙ୍ଗପୁର ସହରରେ ତିନୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି। ଜନଜାତି ଅନୁସନ୍ଧାନ ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ନିର୍ମାଣ ପାଇଁ ଶିଳାନ୍ୟାସ କରିବେ। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଗତକାଲି ନିଜ ଜନ୍ମମାଟି ତଥା ପୈତୃକ ଗାଁ ଉପରବେଡ଼ା ଯାଇଥିଲେ। ମହୁଲଡିହା ଘରେ ଗତକାଲି ରାତିରେ ରହିଥିଲେ ମହାମହିମ। ନିଜ ଲୋକଙ୍କୁ ପାଖରେ ପାଇଁ ବେଶ ଖୁସି ପ୍ରକାଶ କରିଥିଲେ ରାଷ୍ଟ୍ରପତି। ଗାଁ ଝିଅଙ୍କୁ ପାଖରେ ପାଇ ଉପର ବେଡ଼ାବାସୀ ଖୁସି ହୋଇଛନ୍ତି। ରାଷ୍ଟ୍ରପତିଙ୍କୁ ପ୍ରଥମରୁ ପଞ୍ଚମ ଯାଏଁ ପାଠ ପଢ଼ାଇଥିବା ଗୁରୁ ବି ନିଜକୁ ଧନ୍ୟ ମନେକରିଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ