ଯେଉଁଠି ଥିଲେ ମଧ୍ୟ ଏହି ଅଞ୍ଚଳର ବିକାଶ କାର୍ଯ୍ୟ କରି ଚାଲିବି: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଐତିହାସିକ ଓଡ଼ିଶା ଗସ୍ତ ମଙ୍ଗଳବାର ଠାରୁ ଆରମ୍ଭ ହୋଇ ଶନିବାର ଶେଷ ହୋଇଯାଇଛି। ମହାମହିମ ଶ୍ରୀମତୀ ମୁର୍ମୁ ରାଜ୍ୟରେ ୫ ଦିନ ରହି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଐତିହାସିକ ଦିବସକୁ ସ୍ମରଣୀୟ ରଖିବା ପାଇଁ ସରକାର ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଥିଲେ। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀସ୍ଥିତ ତାଳବଣୀଆ ହେଲିପ୍ୟାଡରେ ଅବତରଣ କରିଥିଲେ। ସେଠାରେ ପୂର୍ବାହ୍ଣ ୧୦ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପୁରୀସ୍ଥିତ ଶ୍ରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟଅତିଥି ଭାବେ ଯୋଗଦେଇଥି‌ଲେ। ବୁଧବାର ରାତି ପୁରୀ ରାଜଭବନ ଠାରେ ରାଷ୍ଟ୍ରପତିଙ୍କ ରାତ୍ରୀଯାପନ କରିଥିଲେ। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଡିସେମ୍ବର ୬ ତାରିଖ ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏ.ଜି.ଛକ ଠାରେ ବାବା ସାହେବଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଥିଲେ। ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମଗାଁ ଉପରବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିଥିଲେ। ଉପରବେଡାସ୍ଥିତ ପୈତୃକ ଘରେ ପହଞ୍ଚି ଆତ୍ମୀୟସ୍ବଜନ ଓ ଗ୍ରାମବାସୀଙ୍କ ସହ ରାଷ୍ଟ୍ରପତି ଆଲୋଚନା କରିଥିଲେ। ରାଇରଙ୍ଗପୁରସ୍ଥିତ ଗେଷ୍ଟ ହାଉସ ଠାରେ ପହଞ୍ଚି ମଧ୍ୟାହ୍ନ ଭୋଜନ କରିଥିଲେ। ରାଇରଙ୍ଗପୁରସ୍ଥିତ ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ପହଞ୍ଚି ନିଜ ସ୍ବାମୀ ଓ ୨ପୁତ୍ରଙ୍କ ସ୍ମୃତିରେ ସ୍ଥାପନ କରିଥିବା ଏସ.ଏଲ୍.ଏସ୍. ଟ୍ରଷ୍ଟ ପକ୍ଷରୁ ଏକ ଆମ୍ବୁଲାନ୍ସ ଡାକ୍ତରଖାନାକୁ ହସ୍ତାନ୍ତର କରିବା ସହ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହାପରେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ ଠାରେ ପହଞ୍ଚି ବିଦ୍ୟାର୍ଥୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିଥିଲେ। ପୁଣ୍ୟେଶ୍ବର ଶିବମନ୍ଦିର ଠାରେ ନୂତନ ଭାବେ ସ୍ଥାପିତ ଗଣେଶ ମୂର୍ତ୍ତିକୁ ଉନ୍ମୋଚନ କରିଥିଲେ ଏବଂ ଆଳତୀ କରିବେ ପରେ ନିଜ ବାସଭବନକୁ ଆସି ରାତ୍ରୀଯାପନ କରିଥିଲେ। ଗସ୍ତର ଅନ୍ତିମ ଦିନ ଡିସେମ୍ବର ୭ ତାରିଖ (ଶନିବାର) ପୂର୍ବାହ୍ନ ୧୦ଟାରେ ରାଇରଙ୍ଗପୁରସ୍ଥିତ ନିଜ ବାସଭବନରୁ ବାହାରି ଦଣ୍ଡବୋଷ ହେଲିପ୍ୟାଡରୁ ହେଲିକ୍ୟାପ୍ଟର ଯୋଗେ ଆସି ୧୦ଟା ୪୫ମିନିଟ ସମୟରେ ବାଙ୍ଗରିପୋଷିସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ଥିଲେ। ହେଲିପ୍ୟାଡରୁ ପୁର୍ବାହ୍ନ ୧୧ଟା ସମୟରେ ବାହାରି ବାଙ୍ଗରିପୋଷୀ ରେଳଷ୍ଟେସନସ୍ଥିତ ସଭାସ୍ଥଳରେ ପହଞ୍ଚିବେ। ବାଙ୍ଗରିପୋଷୀ ସଭାସ୍ଥଳରେ ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁର ଠାରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନକୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ। ମଧ୍ୟାହ୍ନ ୧୨ଟା ୧୫ମିନିଟରେ ବାଙ୍ଗରିପୋଷି ସଭାସ୍ଥଳରୁ ବାହାରି ବାୟୁସେନାର ହେଲିକ୍ୟାପ୍ଟର ଯୋଗେ ପଶ୍ଚିମବଙ୍ଗସ୍ଥିତ କଲେଇକୁଣ୍ଡା ଏୟାରବେସରେ ପହଞ୍ଚି ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀକୁ ଯାତ୍ରା କରିଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ