ମହିଳା ବିଶ୍ବକପ୍‌ ଫାଇନାଲ୍‌, ସୁପର ସନଡେରେ ଖେଳାଯିବ ସୁପର ଫାଇନାଲ୍

ICC ମହିଳା କ୍ରିକେଟ୍ ବିଶ୍ୱକପ ୨୦୨୫ । ଏଥର ନୂଆ ଚମ୍ପିଅନ ଦେଖିବ ବିଶ୍ୱ । ଆଜି ମହିଳା ବିଶ୍ବକପ୍‌ରେ ଖେଳାଯିବ ଫାଇନାଲ ମ୍ୟାଚ୍ । ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ରବିବାର ଦିନ ୩ଟାରେ ଏହି ମ୍ୟାଚ୍‌ ଖେଳାଯିବ । ନଭି ମୁମ୍ବାଇର ଡିଓ୍ବାଇ ପାଟିଲ୍ ଷ୍ଟାଡିୟମରେ ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ ଖେଳାଯିବ । ତେବେ ଏହି ମ୍ୟାଚ୍‌କୁ ଜିତି ପ୍ରଥମ ଥର ପାଇଁ ବିଶ୍ବକପ୍‌ ଟାଇଟଲ୍‌ ଜିତିବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବେ ଦୁଇ ଦଳ ।ମହିଳା ବିଶ୍ବକପ୍‌ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିଲା । ଏହି ମ୍ୟାଚ୍‌ରେ ଇଂଲଣ୍ଡକୁ ୧­୨୫ ରନ୍‌ରେ ପରାସ୍ତ କରିଥିଲା ଦକ୍ଷିଣ ଆଫ୍ରିକା । ଏହି ବିଜୟ ସହ ପ୍ରଥମ ଦଳ ଭାବେ ଦକ୍ଷିଣ ଆଫ୍ରିକା ଫାଇନାଲରେ ନିଜ ସ୍ଥାନ ପକ୍କା କରିଥିଲା ।

ସେହିପରି ବିଶ୍ବକପ୍‌ର ଦ୍ବିତୀୟ ସେମିଫାଇନାଲରେ ମୁହାଁମୁହିଁ ହୋଇଥିଲେ ଭାରତ-ଅଷ୍ଟ୍ରେଲିଆ । ଏହି ମ୍ୟାଚ୍‌ରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଅଷ୍ଟ୍ରେଲିଆ । ପ୍ରଥମେ ବ୍ୟାଟିଂ କରି ଭାରତ ଆଗରେ ୩୩୮ ରନ୍‌ର ବିଶାଳ ଟାର୍ଗେଟ ରଖିଥିଲା ଅଷ୍ଟ୍ରେଲିଆ । କିନ୍ତୁ ଏହି ଟାର୍ଗେଟକୁ ଭାରତ ୯ଟି ବଲ୍‌ ବାକି ଥାଇ ପୂରଣ କରିଥିଲା । ଏହି ବିଜୟ ସହ ଭାରତ ଫାଇନାଲରେ ନିଜ ସ୍ଥାନ ପକ୍କା କରିଥିଲା । ସେମିଫାଇନାଲ ମ୍ୟାଚ୍‌ରେ ଜେମିମା ରୋଡ୍ରିଗ୍ସ ବିଜୟର ସାରଥୀ ସାଜିଥିଲେ । ତେବେ ଆଜିର ଫାଇନାଲ ମ୍ୟାଚ୍‌ରେ ମଧ୍ୟ ଭାରତ ସେହି ପ୍ରଦର୍ଶନ ଜାରି ରଖିବ ବୋଲି ଆଶା ରଖିଛନ୍ତି ସମସ୍ତ କ୍ରିକେଟ ପ୍ରେମୀ ।

୨୦୨୫ ମହିଳା ବିଶ୍ୱକପର ଏକ ଲିଗ୍ ପର୍ଯ୍ୟାୟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟିମ୍ ଇଣ୍ଡିଆକୁ ପରାସ୍ତ କରିଥିଲା । ପ୍ରଥମେ ବ୍ୟାଟିଂ କରି ଭାରତୀୟ ମହିଳା ଦଳ ୨୫୧ ରନ୍ କରିଥିଲା । ଦକ୍ଷିଣ ଆଫ୍ରିକା ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସାମ୍ନା କରିଥିଲା । ମାତ୍ର ୮୧ ରନ୍‌ରେ ୫ ଓ୍ବିକେଟ ହରାଇଥିଲା । ଆଉ ଏହା ପରେ ଆଶା କରାଯାଉଥିଲା କି ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ପରାଜୟ ବରଣ କରିବ । କିନ୍ତୁ ଦକ୍ଷିଣ ଆଫ୍ରିକାର ନାଡିନ୍ ଡି କ୍ଲାର୍କଙ୍କ ଏକ ଧମାକାଦାର ଇନିଂସ ପାଇଁ ଦକ୍ଷିଣ ଆଫ୍ରିକା ଅସମ୍ଭବକୁ ସମ୍ଭବ କରିଥିଲା ଏବଂ ସେହି ମ୍ୟାଚ୍‌କୁ ୩ ଓ୍ବିକେଟରେ ନିଜ ନାମରେ କରିଥିଲା । ଆଉ ଆଜିର ଫାଇନାଲ ମ୍ୟାଚ୍‌ରେ ଭାରତ ଲିଗ୍‌ ମ୍ୟାଚ୍‌ର ପରାଜୟର ବଦଲା ନେବାକୁ ଚେଷ୍ଟା କରିବ ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ