ରତ୍ନଭଣ୍ଡାର ଭିତରେ ହେବ ଗଣତି ମଣତି, ଖୁବ ଶୀଘ୍ର ଆସିବ ଏସଓପି

ଭୁବନେଶ୍ବର: ରତ୍ନଭଣ୍ଡାର ଭିତରେ ହେବ ଗଣତି ମଣତି। ଏନେଇ ଖୁବ ଶୀଘ୍ର ଆସିବ ଏସଓପି। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ସେ କହିଛନ୍ତି, ଶ୍ରୀକ୍ଷେତ୍ରର ବିକାଶ ପାଇଁ ସମୀକ୍ଷା ହୋଇଛି। କାମ ଆରମ୍ଭ ହୋଇଛି। ଆଗାମୀ ୧୧ ତାରିଖରେ ଶ୍ରୀମନ୍ଦିର ବିକାଶ ନେଇ ସମୀକ୍ଷା ବୈଠକ ହେବ। କାର୍ତ୍ତିକ ମାସ ପରେ ଧାଡ଼ି ଦର୍ଶନ ଓ ଗଣତି ମଣତି ହେବ। ଶୃଙ୍ଖଳିତ ଦର୍ଶନ ହେଲେ କୌଣସି ଅସୁବିଧା ହେବ ନାହିଁ। ଭକ୍ତଙ୍କୁ ଅନୁରୋଧ ଦର୍ଶନ ସମୟରେ ତରବର ନହୋଇ ମନ୍ଦିର ପ୍ରଶାସନ ପକ୍ଷରୁ ଯାହା ବ୍ୟବସ୍ଥା ହୋଇଛି ସହଯୋଗ କରନ୍ତୁ।

ଗତ ସେପ୍ଟେମ୍ବର ମାସରେ ସଂରକ୍ଷଣ ତଥା ମରାମତି ପରେ ନୂଆ ରୂପ ପାଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ସମସ୍ତ ବହୁମୂଲ୍ୟ ଅଳଙ୍କାର ତଥା ସାମଗ୍ରୀ ସ୍ଥାୟୀ ଭାବରେ ନିଆଯାଇଥିଲା। ପୂର୍ବରୁ ଧାର୍ୟ୍ୟ ହୋଇଥିବା ଶୁଭବେଳା, ପୂର୍ବାହ୍‌ଣ ୧୦ଟା ୫୫ ମିନିଟରେ ଏହି କାର୍ୟ୍ୟ ଆରମ୍ଭ ହୋଇଥିବା ବେଳେ ଠିକ୍ ଅପରାହ୍‌ଣ ୨–ଟା ୫୫ ମିନିଟ୍ ସମୟରେ ଶେଷ ହୋଇଥିଲା କ୍ଷ ୪ ଘଣ୍ଟାରେ ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହୋଇଥିଲା। ଏହା ପରେ ଶ୍ରୀମନ୍ଦିର ଶୋଧ ହୋଇ ସର୍ବସାଧାରଣଙ୍କ ପାଇଁ ଦର୍ଶନ ଆରମ୍ଭ ହୋଇଥିବା ସୂଚନା ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ