ଆନ୍ଧ୍ରରେ ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ଭେଙ୍କଟେଶ୍ବର ମନ୍ଦିରରେ ଦଳଚକଟାରେ ମୃତ ଓଡ଼ିଆ ଯୁବତୀଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅନୁକମ୍ପା ରାଶି ଘୋଷଣା କରାଯାଇଛି । ଏକାଦଶି ଉପଲକ୍ଷେ ସ୍ବାମୀ ଭେଙ୍କଟେଶ୍ବର ମନ୍ଦିରରେ ଦଳଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏଥିରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିଲା । ମୃତକଙ୍କ ମଧ୍ୟରେ ଥିଲେ ଜଣେ ଓଡ଼ିଆ ଯୁବତୀ ଆର. ରୂପା । ଘର ଗଞ୍ଜାମ ପାତ୍ରପୁର ବ୍ଲକ ଗୁଡିପଦର ଗାଁରେ ।

ବାପା ମାଙ୍କ ଏକ ମାତ୍ର ଝିଅ ଥିଲେ ରୂପା । ବିବାହର କୋଡିଏ ବର୍ଷ ଯାଏଁ ପୂଜା ବ୍ରତ କଲା ପରେ କନ୍ୟା ସନ୍ତାନ ପାଇଥିଲେ ରୂପାଙ୍କ ବାପା ମା । ମାତ୍ର ତାଙ୍କର ଏଭଳି ଆକସ୍ମିକ ମୃତ୍ୟୁ ପୁରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି ।

  • Related Posts

    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading
    ଦିଲ୍ଲୀ ହୋଟେଲ ନିଆଁରେ ୨୧ ମୃତ

    ଦକ୍ଷିଣ ଦିଲ୍ଲୀର ମାଲବୀୟ ନଗରର ଗୋଟିଏ ହୋଟେଲରେ ଘଟିଥିବା ଭୟଙ୍କ ଅଗ୍ନିକାଣ୍ଡ ୨୧ ଜଣଙ୍କ ଜୀବନ ନେଇଛି। ସେହିପରି ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅଗ୍ନିକାଣ୍ଡରେ ଆହତ ହୋଇଥିବା ୮ ଜଣ ଏବେ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଛନ୍ତି। ମୃତାହତଙ୍କ ମଧ୍ୟରେ ରହିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ