ଶ୍ରୀମନ୍ଦିର ଭିତରୁ ଡାଲ୍‌ଡା ଘିଅ ଜବତ

ପୁରୀ,୦୪/୧୧:ଶ୍ରୀମନ୍ଦିର ଭିତରୁ ଡାଲ୍‌ଡା ଘିଅ ଜବତକରାଯାଇଛି ।ଜନୈକ ମହାସୁଆର ସେବକଙ୍କୁ ଏନେଇ ପଚରାଉଚରା କରାଯାଇଛି ।ଏହି ଘଟଣା ପରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି କହିଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଶ୍ରୀମନ୍ଦିର ଭିତରେ କେବଳ ଓମ୍‌ଫେଡ୍‌ ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ ରହିଛି। ସୂଚନା ଥାଉକି ପୂର୍ବରୁ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ, ସେଥିପ୍ରତି ପଦକ୍ଷେପ ନେବାକୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଥିଲେ । ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଜଣାଇ ଦିଆଯାଇଥିଲା l ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ମଧ୍ଯ ନିର୍ଦ୍ଦେଶ ଦିଆଯାଇଥିଲା । ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ, ଏଣିକି ଅନ୍ୟ ଛାପ ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରିଥିଲେ ।

  • Related Posts

    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading
    ନିଟ୍ ପୁନଃ ପରୀକ୍ଷା: ବ୍ୟକ୍ତିଗତ ଭାବେ ତୀକ୍ଷ୍ଣ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

    ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ବିବାଦ ପରେ ଜୁନ୍ ୨୧ ତାରିଖରେ ହେବାକୁ ଥିବା ନିଟ୍ ପୁନଃ ପରୀକ୍ଷା ପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ପ୍ରକ୍ରିୟାର ପ୍ରତ୍ୟେକ ପର୍ୟ୍ୟାୟରେ ସୁରକ୍ଷା କଡ଼ାକଡ଼ି କରୁଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦିଲ୍ଲୀସ୍ଥିତ ବାସଭବନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ