କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ୪୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ

ପୁରୀ,ଠ୪/୧୧:କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ପୁରୀରେ ମୁତୟନ ହୋଇଛନ୍ତି ୪୫ ପ୍ଲାଟୁନ ପୁଲିସ ଫୋର୍ସ। ସାତ ପାହାଚ ଏବଂ ବାହାର କାଠ ନିକଟରେ ପୁଲିସ ପ୍ରଶାସନର ବ୍ୟାପକ ବ୍ୟବସ୍ଥା କରାଯାଇଛି । ବଡ଼ଦାଣ୍ଡରେ ଫାଷ୍ଟଟେଡ୍ କାଉଣ୍ଟର, ପିଇବା ପାଣି ଓ ଅସ୍ଥାୟୀ ଶୌଚାଳୟର ବ୍ୟବସ୍ଥା କରାଯାଇଛି। ସମୁଦ୍ର ବେଳାଭୂମିରେ ଜଣେ ଏସ୍ପି ରାଙ୍କର ଅଫିସର, ୩୭୦ ଲାଇଫ ଗାର୍ଡ, ୨ଟି ଓଡ୍ରାଫ ଟିମ୍, ୩ଟି ଆମ୍ବୁଲାନ୍ସ, ୩ଟି ଫାଷ୍ଟଟେଡ କାଉଣ୍ଟର ଏବଂ ପୁଲିସ କଣ୍ଟ୍ରୋଲ ରୁମ୍ ରହିବ। ଏନେଇ ପୁରୀ ଏସପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।
ଆସନ୍ତାକାଲି ଶ୍ରୀମନ୍ଦିରରେ କାର୍ତ୍ତିକ ପୂର୍ଣ୍ଣିମା ପାଳନ ହେବ। ରତ୍ନ ସିଂହାସନରେ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ମହାପ୍ରଭୁଙ୍କ ଦିବ୍ୟ ବେଶ ଦର୍ଶନ କରିବାକୁ ଲକ୍ଷାଧିକ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହେବା ଅନୁମାନ କରାଯାଉଛି । ଶ୍ରୀମନ୍ଦିର ଭିତରେ ଭିଡ଼ ନିୟନ୍ତ୍ରଣ ନିମନ୍ତେ ପ୍ରଶାସନ ବ୍ୟାରିକେଡ୍‌କୁ ଲମ୍ବାଇ ଦେଇଛି। ବଗଲା ଧର୍ମଶାଳା ପର୍ଯ୍ୟନ୍ତ ବ୍ୟାରେକଡ୍ ବ୍ୟବସ୍ଥା ବୃଦ୍ଧି କରାଯାଇଛି। ସେହିଭଳି ମେଡିକାଲ ଛକରୁ ନୋ ଭେଇକିଲ୍ ଜୋନ କରାଯାଇଛି। ବରିଷ୍ଠ, ମହିଳା, ଶିଶୁ, ସ୍ଥାନୀୟ ଲୋକ, ହବିଷ୍ୟାଳି ସମସ୍ତଙ୍କ ନିମନ୍ତେ ଏହି ବିଶାଳ ୨ କିଲୋମିଟର ଲମ୍ବା ବ୍ୟାରିକେଡ୍‌ ପାର କରି ଶ୍ରୀମନ୍ଦିରରେ ପ୍ରବେଶ କରିବାକୁ ହେବ। ବିଭିନ୍ନ ସମୟରେ ଭୋଗ ଓ ଅନ୍ୟ ନୀତି ଯୋଗୁ ଶ୍ରଦ୍ଧାଳୁଙ୍କୁ ଘଣ୍ଟା ଘଣ୍ଟା ବ୍ୟାରିକେଡ୍‌ ଭିତରେ ଅପେକ୍ଷା କରିବାକୁ ପଡ଼ିପାରେ ବୋଲି ସୂଚନା ଦିଆଯାଇଛି ।

  • Related Posts

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସାମ୍ପ୍ରତିକ ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ଅଧ୍ୟାୟରେ ଓଡ଼ିଶାର ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ବିଶେଷ ଭାବେ ପ୍ରଶଂସା କରିଛନ୍ତି। ଜଣେ ସାଧାରଣ ଗୃହିଣୀ ରୂପରେ ଜୀବନ ଆରମ୍ଭ କରିଥିବା ସୁଜାତା ପରିବାରକୁ ଅଧିକ…

    Continue reading
    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଭୁବନେଶ୍ଵର, ୨୪/୦୩/୨୦୨୬: ଆଜି ପୂର୍ବାହ୍ନ ଭୁବନେଶ୍ୱର ଲକ୍ଷ୍ମୀସାଗର ସ୍ଥିତ ମହିଳା ଓ ଶିଶୁ ପ୍ରତିଷ୍ଠାନ ସମ୍ମିଳିନୀ କକ୍ଷରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଆନୁକୁଲ୍ୟରେ ସାଇବର ଅପରାଧରୁ ମହିଳା ମାନଙ୍କ ସୁରକ୍ଷା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ