ଓଡ଼ିଶା ଚାଷୀଙ୍କ ମୁଣ୍ଡପିଛା ଋଣ ବର୍ଷକରେ ବଢ଼ିଛି ୪୬୮୫ ଟଙ୍କା

ଭୁବନେଶ୍ୱର: ଓଡ଼ିଶା ଚାଷୀଙ୍କ ମୁଣ୍ଡପିଛା ଋଣ ବର୍ଷକରେ ବଢ଼ିଛି ୪୬୮୫ ଟଙ୍କା। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କ ଏକ ପ୍ରଶ୍ନରେ ଏହି ତଥ୍ୟ ଦେଇଛନ୍ତି କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ ରାମନାଥ ଠାକୁର। ସେ କହିଛନ୍ତି ଯେ ୨୦୨୩ ବର୍ଷରେ ଓଡ଼ିଶାରେ ଚାଷୀଙ୍କ ମୁଣ୍ଡ ପିଛା ଋଣ ୬୮୨୧୦ ଟଙ୍କା ଥିଲା, ମାତ୍ର ୨୦୨୪ରେ ଏହା ବୃଦ୍ଧି ପାଇ ୭୨୮୯୫ ଟଙ୍କାରେ ପହଞ୍ଚିଛି । ସେହିପରି କୃଷି ଋଣ ବକେୟା ମଧ୍ୟ ଗତ ୫ ବର୍ଷ ମଧ୍ୟରେ ବଢି ବଢି ଚାଲିଛି। କୃଷି ଋଣ ବକେୟା ପରିମାଣ ୨୦୧୯-୨୦ ଆର୍ଥିକବର୍ଷରେ ୩୮,୯୬,୫୨୦ ଲକ୍ଷ ଟଙ୍କା ଥିଲା ବେଳେ ୨୦୨୦-୨୧ରେଏହା ୪୦,୪୨,୨୬୨ ରହିଥିଲା। ସେହିପରି ୨୦୨୧-୨୨ କୃଷି ଋଣ ବକେୟା ପରିମାଣ ୫୦,୮୭,୫୭୭ ରହିଥିଲା ବେଳେ ୨୦୨୩-୨୪ ଆର୍ଥିକବର୍ଷରେ ୭୯,୦୨,୫୭୯ ଲକ୍ଷ ଟଙ୍କା ହୋଇଛି ବୋଲି ଶ୍ରୀ ମଙ୍ଗରାଜଙ୍କ ପ୍ରଶ୍ନରେ ସୂଚନା ଦେଇଛନ୍ତି କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ