ଆଜି ନାମାଙ୍କନ ଭରିବେ ସୁଜିତ୍‌ କୁମାର

ଭୁବନେଶ୍ୱର: ରାଜ୍ୟ ସଭା ପାଇଁ ସୁଜିତ୍‌ କୁମାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ତେବେ ସେ ଆଜି ବିଧାନସଭାରେ ତାଙ୍କର ଏହି ନାମାଙ୍କନ ଭରିବେ। ସୁଜିତ୍‌ ସେପ୍ଟେମ୍ବର ୬ରେ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ।ଏନେଇ ସେ ପ୍ରଥମେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିବା ଜଣାଯାଇଛି । ନାମାଙ୍କନ ପୂର୍ବରୁ ସୁଜିତ କୁମାର ରାଜ୍ୟ ବିଜେପି ଅଫିସରେ ରାଜ୍ୟ ସଭାପତିି ମନମୋହନ ସାମଲଙ୍କ ସହ ଆଲୋଚନା କରୁଥିବା ଜଣାଯାଇଛି । ଦିଲ୍ଲୀ କାର୍ଯ୍ୟାଳୟରୁ ବିଧିବଦ୍ଧ ବିଜ୍ଞପ୍ତି ପରେ ସୁଜିତ କୁମାର ଆଜି ନାମାଙ୍କନ ଭରିବେ ।

ବିଜେଡି ଛାଡ଼ି ବିଜେପିରେ ମିଶିବା ପରେ ସୁଜିତ୍‌ ଏକ ବିସ୍ଫୋରକ ବୟାନ ବି ଦେଇଥିଲେ। ସେ କହିଥିଲେ, ମୋତେ ଦୁଇ ନେତାଙ୍କ ଗୋଲାମୀ ପାଇଁ ବାଧ୍ୟ କରାଯାଉଥିଲା। ପ୍ରାୟ ଦେଢ଼ବର୍ଷ ହେଲା ଦଳରେ ମୋତେ ଅଣଦେଖା କରାଯାଉଥିଲା। କୌଣସି ଦଳୀୟ କାର୍ୟ୍ୟରେ ମୋତେ ସାମିଲ କରାଯାଉ ନ ଥିଲା। ଏପରିକି ସଂପୃକ୍ତ ନେତାଙ୍କୁ ମୁଣ୍ଡିଆ ମାରିବାକୁ କିଛି ନେତା ମୋତେ କହୁଥିଲେ। ସେମାନଙ୍କ ଚାମଚାଗିରି କରିବାକୁ କହୁଥିଲେ। ମୁଁ ବିଦେଶରେ ପଢ଼ି ଆସିଛି, ଏହା ମୋ ସ୍ବାଭିମାନକୁ ବାଧିଥିଲା। ଯେଉଁଥିପାଇଁ ମୁଁ ଦଳ ଛାଡ଼ିଛି। ନିର୍ବାଚନ ପୂର୍ବରୁ ମୋତେ ଧମକ ଦିଆଯାଇଥିଲା। ରାଜ୍ୟ ସଭାରୁ କାଢ଼ି ଦିଆଯିବ ବୋଲି ବି ଧମକ ଦେଇଥିଲେ। ମୋ’ ରାଜନୈତିକ କ୍ୟାରିୟର ଶେଷ କରିଦିଆଯିବ କହିଥିଲେ। କଳାହାଣ୍ଡି ଆସି ଜଣେ ରାଜ୍ୟସ୍ତରୀୟ ନେତା ଏକଥା କହିଥିବାର ସୁଜିତ୍‌ ବିଜେପିରେ ମିଶିବାବେଳେ କହିଥିଲେ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ