ଶୀତରେ ବ୍ରେକ ଦେଇଛି ବର୍ଷା

ଭୁବନେଶ୍ବର: ଶୀତରେ ବ୍ରେକ ଦେଇଛି ବର୍ଷା । ଡିସେମ୍ବର ମାସ ୯ ତାରିଖ ହେଲାଣି କିନ୍ତୁ ଚଳିତ ବର୍ଷ ଶୀତ ନାହିଁ । ସବୁ ବର୍ଷ ଏହି ସମୟରେ ରାଜ୍ୟରେ ଶୀତ ଲହରୀ ଅନୁଭୂତ ହୋଇଥାଏ । କିନ୍ତୁ ବଙ୍ଗୋପସାଗରରେ ବାରମ୍ବାର ସିଷ୍ଟମ ପାଇଁ ଏ ବର୍ଷ ହାଡଭଙ୍ଗା ଜାଡ ଛାଡନ୍ତୁ ସାମାନ୍ୟ ଶୀତ ବି ନାହିଁ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଏବେ ସ୍ବାଭାବିକ ତୁଳନାରେ ୨ ରୁ ୩ ଡିଗ୍ରୀ ଉପରେ ରହୁଛି ପାରଦ । ଫଳରେ ଶୀତ ଦିନରେ ବି ଫ୍ୟାନ ତଳେ ଶୋଇବାକୁ ବାଧ୍ୟ ହେଉଛନ୍ତି ଲୋକେ।

ସେପଟେ ଆସନ୍ତା ୩ ରୁ ୪ ଦିନ ପର୍ୟ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ଦୁଇଦିନ ପରେ ସର୍ବାଧିକ ତାପମାତ୍ରାରେ ହ୍ରାସ ଘଟିବ । ବିଶେଷ କରି ୨ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିବ । କିନ୍ତୁ ଶୀତ ବେଶି ହେବ ନାହିଁ । ଏହାସହ ଆସନ୍ତା ୨୪ ଘଂଟାରେ ନୟାଗଡ ଜଗତସିଂହପୁର, କେନ୍ଦ୍ରାପଡା ,ଭଦ୍ରକ,ପୁରୀ,ଗଂଜାମ, ଖୋର୍ଦ୍ଧା, କୋରାପୁଟ, କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା ଓ କେନ୍ଦୁଝରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ପ୍ରଭାବରେ ବାୟୁମଣ୍ଡ ରେ ଜଳୀୟବାଷ୍ପ ପରିମାଣ ଅଧିକ ରହୁଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ ରେ ସାମାନ୍ୟ ରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

  • Related Posts

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ୟ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା…

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଭୁବନେଶ୍ବର: ଏଣିକି ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହିଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ…

    Leave a Reply

    Your email address will not be published. Required fields are marked *

    You Missed

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ