ରାଜସ୍ୱ ସଚିବ ସଞ୍ଜୟ ମାଲହୋତ୍ରା ଆରବିଆଇ ଗଭର୍ଣ୍ଣର

ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ)ର ନୂଆ ଗଭର୍ଣ୍ଣ ଭାବେ ନିଯୁକ୍ତି ପାଇଛନ୍ତି ସଞ୍ଜୟ ମାଲହୋତ୍ରା। ବର୍ତ୍ତମାନ ଦେଶର ରାଜସ୍ୱ ସଚିବ ଭାବେ କାମ କରୁଥିବା ସଞ୍ଜୟ ଆସନ୍ତା ବୁଧବାରରୁ ଆରବିଆଇର ଗଭର୍ଣ୍ଣର ଭାବେ ଦାୟିତ୍ୱ ଗ୍ରହଣ କରିବେ।

ଆରବିଆଇ ଗଭର୍ଣ୍ଣର ଭାବେ ଏବେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ କାର୍ଯ୍ୟ କରୁଛନ୍ତି। ତାଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ସେ ୨୦୧୮ରୁ ଆରବିଆଇ ଗଭର୍ଣ୍ଣର ଭାବେ କାର୍ଯ୍ୟ କରି ଆସୁଥିଲେ। ଏବେ ତାଙ୍କ ସ୍ଥାନରେ ଆସନ୍ତା ୩ ବର୍ଷ ପାଇଁ ସଞ୍ଜୟ ଆରବିଆଇ ଗଭର୍ଣ୍ଣର ଭାବେ କାମ କରିବେ।

ସଞ୍ଜୟ ହେଉଛନ୍ତି ୧୯୯୦ ବ୍ୟାଚ୍‌ର ରାଜସ୍ଥାନ କ୍ୟାଡର ଆଇଏଏସ। ପ୍ରଶାସନିକ ସେବାରେ ତାଙ୍କରେ ଯଥେଷ୍ଟ ଅଭିଜ୍ଞତା ରହିଛି। ସେ ୩୩ ବର୍ଷ ଧରି ପ୍ରଶାସନିକ କାର୍ଯ୍ୟ କରି ଚାଲିଛନ୍ତି। ଆଇଆଇଟି କାନପୁରରୁ କମ୍ପ୍ୟୁଟର ସାଇନ୍ସରେ ଗ୍ରାଜ୍ୟୁଏଟ ହୋଇଥିବା ଶ୍ରୀ ମାଲହୋତ୍ରା ଲୋକ ନୀତି ବିଷୟ ବସ୍ତୁରେ ମାଷ୍ଟର ଡିଗ୍ରୀ ଆମେରିକାର ପ୍ରିନ୍ସଟନ ବିଶ୍ୱ ବିଦ୍ୟାଳୟରୁ ହାସଲ କରିଛନ୍ତି।

ଦେଶର ରାଜସ୍ୱ ସଚିବ ଭାବେ ନିଯୁକ୍ତି ପାଇବା ପୂର୍ବରୁ ସେ ଅର୍ଥନୀତି ସେବାର ସଚିବ ଭାବେ କାମ କରୁଥିଲେ। ଉଭୟ କେନ୍ଦ୍ର ଓ ରାଜ୍ୟ ସ୍ତରରେ ସେ ଅର୍ଥ ଏବଂ ଟିକସ ବ୍ୟବସ୍ଥା ସହ କାର୍ଯ୍ୟ କରିବର ଅଭିଜ୍ଞତା ରଖିଛନ୍ତି। ପ୍ରତ୍ୟକ୍ଷ ଓ ପରୋକ୍ଷ ଟିକସ ବ୍ୟବସ୍ଥାକୁ ଅଧିକ ଶାଣିତ କରିବାରେ ମାଲହୋତ୍ରା ପ୍ରମୁଖ ଭୂମିକା ଗ୍ରହଣ କରିଥିବା କୁହାଯାଏ।

  • Related Posts

    ଜନ୍ତର ମନ୍ତରରେ ପ୍ରଦର୍ଶନ ମନା: ଦିଲ୍ଲୀରେ ବିକ୍ଷୋଭ ପାଇଁ ୩ଟି ନୂଆ ସ୍ଥାନ ଚିହ୍ନଟ

    ନୂଆଦିଲ୍ଲୀ:ଦେଶର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସ ୩ଟି ନୂଆ ସ୍ଥାନ ନିର୍ଦ୍ଧାରିତ କରିଛି। ଏଗୁଡ଼ିକ ହେଲା— ରାମଲୀଳା ମୈଦାନ, ବୁରାଡ଼ି ମୈଦାନ ଏବଂ ପୂର୍ବ ଦିଲ୍ଲୀର ସିବିଡି (CBD) ମୈଦାନ। ଏଥିସହିତ ଜନ୍ତର ମନ୍ତରକୁ ପ୍ରଦର୍ଶନ ସ୍ଥଳ ଭାବେ…

    Continue reading
    ଜନ୍ତର ମନ୍ତର ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍

    ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନ ପାଇଁ ତାରିଖ ଓ ସମୟ ଧାର୍ଯ୍ୟ କରିବାକୁ ନେଇ ସିଜେପିର କାର୍ଯ୍ୟକର୍ତ୍ତାମାନେ ସୋମବାର ପାର୍ଲାମେଣ୍ଟ ଷ୍ଟ୍ରିଟ୍ ଥାନାରେ ପହଞ୍ଚିଛନ୍ତି। ଏହି ମାମଲାରେ ସେମାନେ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି। ସିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ