ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍‌ସର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍‌ସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି ।

ବର୍ତ୍ତମାନ ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା (Settlement Operation) ପୂର୍ବରୁ କିଣିଥିବା ଜମିର ଜମି ପଟ୍ଟା (RoR) ବନ୍ଦୋବସ୍ତ ଅଧିକାରୀ (Settlement Officer) କ୍ରେତାଙ୍କ ନାମରେ କରନ୍ତି । କିନ୍ତୁ ଯଦି କୌଣସି କାରଣ ଯୋଗୁଁ ବନ୍ଦୋବସ୍ତ ପ୍ରକ୍ରିୟାରେ(Settlement Operation) ଏହି ଜମିପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ (Board of Revenue) ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟ (Revision Court)ରେ ଅପିଲ୍ କରିଥାନ୍ତି ।

ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ, ଏହି ଅପିଲ ଗୁଡିକ ବର୍ଷ ବର୍ଷ ଧରି ଫଇସଲା ନହୋଇ ପଡି ରହିଥାଏ । କିନ୍ତୁ, ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅନୁମୋଦିତ ଉପରୋକ୍ତ ରୁଲ୍ ସଂଶୋଧନ ଦ୍ବାରା ବର୍ତ୍ତମାନ ଏପରି ମାମଲାରେ ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାର ମାନେ କ୍ଷମତାପ୍ରାପ୍ତ ହେବେ।

ଏହାଦ୍ବାରା ସଂପୃକ୍ତ କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା (Settlement Operation) ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ । ସେମାନଙ୍କୁ ରାଜସ୍ବ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବା ଆଉ ଦରକାର ହେବ ନାହିଁ ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ