୩ ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ୍

ଢେଙ୍କାନାଳ : ୩ ଜଣ ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ୍। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଖଇରାମୁଣ୍ଡା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକମାନେ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଅନ୍ତର୍ଗତ ନାଉପାଳକାଟେଣୀ ଗାଁର ସାଗର ପ୍ରଧାନ, ପିନୁ ସାହୁ ଏବଂ ସୁମନ୍ତ ପରିଡା। ଖଇରାମୁଣ୍ଡା ଗାଁରେ ଜଣେ ବ୍ୟକ୍ତିଙ୍କର ଛାତ ପଡ଼ିଥାନ୍ତା। ଏଥିପାଇଁ ୩ ଜଣ ଏକ ବାଇକ୍ ଯୋଗେ ରଡ଼ ବାଇଣ୍ଡିଙ୍ଗ କରିବା ପାଇଁ ଖଇରାମୁଣ୍ଡା ଗାଁକୁ ଯାଉଥିଲେ। ଏହି ସମୟରେ ଭୋଳାନାଥ ନାମକ ଯାତ୍ରୀବାହୀ ବସ୍‌ଟି ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସାଗରଙ୍କ ମୃତ୍ୟୁ ହୋଇଥିବା ବେଳେ ପିନୁ ଏବଂ ସୁମନ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଫଳରେ ତାଳଚେର-ଡ଼ୁବୁରୀକୁ ଯାତାୟତ ଠପ୍ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ି ମଟର ଅଟକି ରହିଛି। ପରଜଙ୍ଗ ପୁଲିସ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା ଜାରି ରଖିଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ