୨୦ରୁ କେନ୍ଦୁଝର ବନଖଣ୍ଡରେ ହେବ ବାଘ ଗଣନା

କେନ୍ଦୁଝର: କେନ୍ଦୁଝର ବନଖଣ୍ଡରେ ଆସନ୍ତା ୨୦ ତାରିଖରୁ ବାଘ ଗଣନା ଆରମ୍ଭ ହେବାକୁ ଯାଉଛି । ବାଘ ସହିତ ଅନ୍ୟାନ୍ୟ ଜୀବଜନ୍ତୁ ଗଣନା ମଧ୍ୟ କରାଯିବ । କେନ୍ଦୁଝର ବନଖଣ୍ଡରେ ୧୦୫ ବିଟ୍‌ରେ ଏହି ଗଣନା ହେବାକୁ ଥିବା ବେଳେ ୩୦୦ କର୍ମଚାରୀ ବନଖଣ୍ଡ ଅଧିକାରୀ ଠାରୁ ଆରମ୍ଭ କରି ବନରକ୍ଷୀ ପର୍ୟ୍ୟନ୍ତ ସମସ୍ତେ ଗଣନାରେ ସାମିଲ ହେବେ । କେନ୍ଦୁଝର ବନଖଣ୍ଡରେ ଏବେ ୨ଟି ମହାବଳ ବାଘ ଚଳପ୍ରଚଳ କରୁଥିବାରୁ ବେଶ୍ ସତର୍କତାର ସହିତ ବାଘ ଗଣନା ପାଇଁ କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରାଯାଇଛି । ପ୍ରଥମେ ପାଦରେ ଚାଲି ଗଣନା ପରେ ଟ୍ରାପ୍ କ୍ୟାମେରାରେ ବାଘ ଗଣନା କରାଯିବ ବୋଲି ବନବିଭାଗ ପକ୍ଷରୁ ପ୍ରସ୍ତୁତି ହୋଇଛି ।୨୦ ଠାରୁ ୨୫ ନଭେମ୍ବର ପର୍ୟ୍ୟନ୍ତ ବନ ଅଧିକାରୀ ଏବଂ କର୍ମଚାରୀମାନେ ୬ ଦିନ ଧରି ୪ ଭାଗରେ ବିଭକ୍ତ ହୋଇ ପାଦଚଲା ପେଟ୍ରୋଲିଂ କରି ବାଘର ପାଦ ଚିହ୍ନ, ମଳ ସଂଗ୍ରହ କରିବେ । ଏହି ସମୟରେ ନଦୀ, ନାଳ ନିକଟରେ ବାଲି ଥିଲେ ତାହାକୁ ସମତୁଲ କରି ବାଘର ପାଦ ଚିହ୍ନ ନେବାକୁ ପଦକ୍ଷେପ ଗ୍ରହଣ କରାଯାଇଛି । ବିଶେଷ କରି ବାଘ ରହୁଥିବା ଟେରିଟାରୀରେ ଗଣନାକୁ ଅଧିକ ପ୍ରାଧାନ୍ୟ ଦିଆଯିବ । ଡିଭିଜନସ୍ତରରେ ବିଭିନ୍ନ ଉପାୟରେ ବ୍ୟାଘ୍ର ଗଣନା ପାଇଁ ଏକତ୍ରିକରଣ ଏବଂ ବିଶ୍ଲେଷଣ କରାଯିବ । ଫରେଷ୍ଟର, ଗାର୍ଡ ଏବଂ ଅନ୍ୟ ବନ କର୍ମଚାରୀମାନେ ଏମ୍‌ଷ୍ଟ୍ରିପେସ୍ ଇକୋଲିଜିକାଲ ଆପ୍ ଜରିଆରେ ସର୍ଭେ ରିପୋର୍ଟ ନିର୍ଦ୍ଧାରିତ ସମୟ ମଧ୍ୟରେ ଲୋଡ୍ କରିବାକୁ ବନବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହାପରେ କେନ୍ଦୁଝର ବନ ଖଣ୍ଡରେ କେଉଁ ପ୍ରଜାତିର କେତେ ବାଘ ଅଛନ୍ତି ତାହା ସ୍ପଷ୍ଟ ହେବ ।କେନ୍ଦୁଝର ବନଖଣ୍ଡରେ ଏକ ମହାବଳ ବାଘ ଶିମିଳିପାଳ ଓ ଅନ୍ୟ ଏକ ଢେଙ୍କାନାଳ ପଟୁ ଆସି ଚଳପ୍ରଚଳ କରୁଛି । ବାଘର ଗତିବିଧି ପାଇଁ ସଂରକ୍ଷିତ ଜଙ୍ଗଲରେ ୭୦ଟି କ୍ୟାମେରା ଖଞ୍ଚା ଯାଇଛି । ତେବେ ମହାବଳ ବାଘ କ୍ୟାମେରା ଲ୍ୟାନ୍ସରେ ଧରାପଡି ନାହିଁ

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ