ଓଲଟିଲା ବସ୍ , ୩ ମୃତ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର କାନପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଭାରସାମ୍ୟ ହରାଇ ଓଲଟିଲା ବସ୍ । ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବସଟି ଦିଲ୍ଲୀରୁ ବିହାରର ସିୱାନକୁ ଯାତ୍ରା କରୁଥିବାବେଳେ କାନପୁର ବିଲହୌରର ଆଲୌର ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ସୂଚନା ମୁତାବକ, ମଙ୍ଗଳବାର ସକାଳେ ବିଲହୌରର ଆରୌଲ ଥାନା ଅଞ୍ଚଳରେ ଏକ୍ସପ୍ରେସୱେର ଏକ ମୋଡ଼ ନିକଟରେ ବସଟି ପହଞ୍ଚିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ସକାଳ ସମୟ ଥିବା ଯୋଗୁଁ ଡ୍ରାଇଭର ନିୟନ୍ତ୍ରଣ ହରାଇ ବସଟି ଓଲଟି ପଡ଼ିଥିବା ଅନୁମାନ କରାଯାଉଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ, ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ନିକଟସ୍ଥ ସିଏଚସିରେ ଭର୍ତ୍ତି କରିଥିଲେ। ୧୨ରୁ ଅଧିକ ଗୁରୁତର ଆହତ ହୋଇଥିବାରୁ ସେମାନଙ୍କୁ କାନପୁର ସହରର ହାଲେଟ୍ ହସ୍ପିଟାଲକୁ ପଠାଯାଇଥିଲା। ପୁଲିସ ବାକି୩ଟି ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିବା ବେଳେ ମୃତକମାନଙ୍କୁ ଚିହ୍ନଟ କରାଯାଉଛି।

  • Related Posts

    bullet proof jacketମାୟାବତୀ-ଅଖିଳେଶଙ୍କ ସମେତ ୪୪ ନେତାଙ୍କୁ ବୁଲେଟପ୍ରୁଫ୍ ଜ୍ୟାକେଟ୍

    ନୂଆଦିଲ୍ଲୀ: ଆଗାମୀ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଯୋଗୀ ସରକାର ରାଜନେତାଙ୍କ ସୁରକ୍ଷାକୁ ନେଇ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସୁରକ୍ଷା ସମୀକ୍ଷା ଏବଂ ଗୁଇନ୍ଦା ସୂଚନା ଆଧାରରେ, ଯୋଗୀ ସରକାର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଏବଂ ଅଖିଳେଶ ଯାଦବଙ୍କ…

    Continue reading
    bjp ଆଜି ବିଜେପି ମୁଖ୍ୟାଳୟରେ ନବନିଯୁକ୍ତ ପଦାଧିକାରୀ ବୈଠକ

    ନୂଆଦିଲ୍ଲୀ: ବିଜେପି ନବନିଯୁକ୍ତ ପଦାଧିକାରୀ ବୈଠକ। ଆଜି ବିଜେପି ମୁଖ୍ୟାଳୟରେ ନବନିଯୁକ୍ତ ପଦାଧିକାରୀ ବୈଠକ ପ୍ରଥମ ବୈଠକ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ନୂଆ ଟିମ୍ ର ସଦସ୍ୟମାନେ ସାଙ୍ଗଠନିକ କାର୍ୟ୍ୟକ୍ରମ ଓ ଆଗାମୀ ରଣନୀତି ନେଇ ଆଲୋଚନା କରିବେ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ