ଦିଲ୍ଲୀରେ ଆପ୍‌ କାହା ସହ ମେଣ୍ଟ କରିବ ନାହିଁ:କେଜ୍ରିଓ୍ୱାଲ

ନୂଆଦିଲ୍ଲୀ: ଦିଲ୍ଲୀରେ ଆପ୍‌ କାହା ସହ ମେଣ୍ଟ କରିବ ନାହିଁ। କଂଗ୍ରେସ ସହ କୌଣସି ମେଣ୍ଟ ହେବାର ସମ୍ଭାବନା ନାହିଁ। ଆପ୍‌ ନିଜ ଶକ୍ତି ଓ ଦମ୍‌ରେ ଏକା ଲଢ଼ିବ। ଏନେଇ ନିଜ ସୋଶାଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି କେଜ୍ରିଓ୍ୱାଲ ଘୋଷଣା କରିଛନ୍ତି।

ଏହାପୂର୍ବରୁ ସୂତ୍ରରୁ ସୂଚନା ମିଳିଥିଲା ଯେ, ଦିଲ୍ଲୀ ବିଧାନସଭା ନିର୍ବାଚନରେ ମେଣ୍ଟ ପାଇଁ କଂଗ୍ରେସ ଓ ଆପ୍‌ ମଧ୍ୟରେ ସହମତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ୧୫ ଟି ଆସନରେ କଂଗ୍ରେସ ଏବଂ ୧-୨ ଟି ସିଟ୍ ଅନ୍ୟ ଓଘଊଓଇ ବ୍ଲକକୁ ଯାଉଛି। ଅବଶିଷ୍ଟ ଆସନଗୁଡିକରେ ଆପ୍‌ ପ୍ରତିଦ୍ୱନ୍ଦ୍ୱିତା କରିବ ବୋଲି ଚର୍ଚ୍ଚା ହେଉଥିଲା।

ଏହା ପୂର୍ବରୁ ମଧ୍ୟ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ସହ ମେଣ୍ଟ କରିବାକୁ ମନା କରିଦେଇଥିଲେ। କିନ୍ତୁ ପୁଣିଥରେ ଦୁଇ ଦଳ ମଧ୍ୟରେ ମେଣ୍ଟ ହେବା ନେଇ ଖବର ଚର୍ଚ୍ଚାକୁ ଆସିଥିଲା। ବର୍ତ୍ତମାନ ଅରବିନ୍ଦ କେଜ୍ରିୱାଲ କଂଗ୍ରେସ ସହ ମେଣ୍ଟ ହେବା ସମ୍ଭାବନାକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

କହିରଖୁ ଯେ, ଆସନ୍ତା ବର୍ଷ ଫେବ୍ରୁଆରୀ ଆଡକୁ ଦିଲ୍ଲୀ ବିଧନସଭା ନିର୍ବାଚନ ହେବ। ୮ ଫେବୃଆରୀ ୨୦୨୦ରେ ଅନୁଷ୍ଠିତ ନିର୍ବାଚନରେ ​​ଆମ୍ ଆଦମୀ ପାର୍ଟି ୭୦ଟି ସିଟ୍ ମଧ୍ୟରୁ ୬୨ଟିରେ ଜିତି ବଡ଼ ବିଜୟ ହାସଲ କରିଥିଲା। କଂଗ୍ରେସର ଖାତା ଖୋଲିନଥିବା ବେଳେ ବିଜେପି ୮ଟି ଆସନ ଜିତିଥିଲା।

  • Related Posts

    ଜନ୍ତର ମନ୍ତରରେ ପ୍ରଦର୍ଶନ ମନା: ଦିଲ୍ଲୀରେ ବିକ୍ଷୋଭ ପାଇଁ ୩ଟି ନୂଆ ସ୍ଥାନ ଚିହ୍ନଟ

    ନୂଆଦିଲ୍ଲୀ:ଦେଶର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସ ୩ଟି ନୂଆ ସ୍ଥାନ ନିର୍ଦ୍ଧାରିତ କରିଛି। ଏଗୁଡ଼ିକ ହେଲା— ରାମଲୀଳା ମୈଦାନ, ବୁରାଡ଼ି ମୈଦାନ ଏବଂ ପୂର୍ବ ଦିଲ୍ଲୀର ସିବିଡି (CBD) ମୈଦାନ। ଏଥିସହିତ ଜନ୍ତର ମନ୍ତରକୁ ପ୍ରଦର୍ଶନ ସ୍ଥଳ ଭାବେ…

    Continue reading
    ଜନ୍ତର ମନ୍ତର ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍

    ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନ ପାଇଁ ତାରିଖ ଓ ସମୟ ଧାର୍ଯ୍ୟ କରିବାକୁ ନେଇ ସିଜେପିର କାର୍ଯ୍ୟକର୍ତ୍ତାମାନେ ସୋମବାର ପାର୍ଲାମେଣ୍ଟ ଷ୍ଟ୍ରିଟ୍ ଥାନାରେ ପହଞ୍ଚିଛନ୍ତି। ଏହି ମାମଲାରେ ସେମାନେ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି। ସିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ