ଚେସ୍ ଇତିହାସରେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ଗୁକେଶ ଡି

ଚେସ୍ ଇତିହାସରେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ଭାବେ ଇତିହାସ ସୃଷ୍ଟି କଲେ ଭାରତର ଗୁକେଶ ଡି। ଭାରତୀୟ ତାରକା ଗୁକେଶ ଅନ୍ତିମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଡିଙ୍ଗ ଲିରେନଙ୍କୁ ପରାସ୍ତ କରି ଟାଇଟଲ ଜିତିଛନ୍ତି। ବିଶ୍ୱନାଥନ ଆନନ୍ଦଙ୍କ ପରେ ଗୁକେଶ ଦ୍ୱିତୀୟ ଭାରତୀୟ ଭାବେ ଚେସରେ ବିଶ୍ୱ ଚାମ୍ପିୟନ ହୋଇଛନ୍ତି। ଚେସ୍ ବିଶ୍ୱ ଚାମ୍ପିଅନସିପର ୧୪ତମ ତଥା ଅନ୍ତିମ ମ୍ୟାଚରେ ଗୁକେଶ ଚୀନର ଲିରେନଙ୍କୁ ପରାସ୍ତ କରିଥିଲେ। ଯଦିଓ ମ୍ୟାଚ୍ ଟାଇ ଆଡ଼କୁ ଅଗ୍ରସର ହେଉଥିଲା, କିନ୍ତୁ ଭାରତୀୟ ତାରକା ୧୪ଟି ମ୍ୟାଚରେ ହିଁ ଟାଇଟଲ୍ ଜିତିଥିଲେ। ମ୍ୟାଚ୍ ଡ୍ର ଆଡ଼କୁ ଅଗ୍ରସର ହେଉଥିବା ବେଳେ ଡିଫେଣ୍ଡିଂ ଚାମ୍ପିୟନ ୫୫ତମ ମୁଭରେ ଭୁଲ କରିଦେଇ ଥିଲେ ଏବଂ ଏଫ-୨ରେ ପହଞ୍ଚିଥିଲେ। ଶେଷ ମୁହୂର୍ତ୍ତରେ ହୋଇଥିବା ଏହି ଭୁଲ ଡିଙ୍ଗ ଲିରେନଙ୍କ ଭାଗ୍ୟକୁ ସିଲ୍ କରି ଦେଇଥିଲା ଏବଂ ଗୁକେଶଙ୍କୁ ଅବିସ୍ମରଣୀୟ ବିଜୟ ଦେଇଥିଲା। ମାତ୍ର ୧୮ ବର୍ଷ ବୟସରେ ଗୁକେଶଙ୍କ ବିଜୟ ଚେସରେ ଏକ ଐତିହାସିକ ମାଇଲଖୁଣ୍ଟ, ଯାହା ତାଙ୍କୁ ବିଶ୍ୱ ଚେସ୍ ଚାମ୍ପିୟନଶିପ୍ ଟାଇଟଲ ଜିତିବାରେ ସର୍ବକନିଷ୍ଠ ଖେଳାଳି ଭାବେ ପରିଗଣିତ କରିଛି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ