ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ରୋମାଂଚକର ବିଜୟ

ବିରାଟ କୋହଲିଙ୍କ ଶତକ ଓ କୂଲଦୀପ ଯାଦବଙ୍କ ଚମତ୍କାର ବୋଲିଂ ସହାୟତାରେ ଭାରତ ଏଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ରୋମାଂଚକର ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚକୁ ୧୭ ରନରେ ଜିତି ନେଇଛି । ଭାରତ ପ୍ରଥମେ ବ୍ୟାଟିଂ କରି ୮ ୱିକେଟ ବିନିମୟରେ ୩୪୯ ରନ କରିଥିଲା । କୋହଲି କ୍ୟାରିୟରର ୫୨ ଶତକ ହାସଲ କରିଥିଲେ । ସେ ୧୩୫ ରନର ବିଶାଳ ଇନିଂସ ଖେଳିଥିଲେ । ରୋହିତ ଶର୍ମା ୫୭ ଓ କେଏଲ ରାହୁଲ ୬୦ ରନର ଯୋଗଦାନ ଦେଇଥିଲେ ।
୩୫୦ ରନର ଲକ୍ଷ୍ୟକୁ ପିଛା କରି ଦକ୍ଷିଣ ଆଫ୍ରିକା ପ୍ରାରମ୍ଭିକ ବ୍ୟାଟିଂ ବିପର୍ୟ୍ୟୟର ସମ୍ମୁଖୀନ ହୋଇଥିଲା । ଦଳ ୧୧ ରନରେ ୩ଟି ୱିକେଟ ହରାଇ ବିପଦରେ ପଡିଥିଲା । ଏହା ପରେ ଦକ୍ଷିଣ ଆଫ୍ରିକାର ପ୍ରାୟ ସମସ୍ତ ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରି ମ୍ୟାଚକୁ ରୋମାଂଚକ ମୋଡକୁ ନେଇ ଆସିଥିଲେ । ମାଥ୍ୟୁ ବ୍ରିଜକେ ୭୨, ମାର୍କୋ ଜାନେସନ ୭୦ ଓ କୋର୍ବିନ ବୋଶ ୬୭ ରନ କରିଥିଲେ ।

ଶେଷ ୩ ଓଭରରେ ଦକ୍ଷିଣ ଆଫ୍ରିକା ୩୮ ରନ ଆବଶ୍ୟକ କରୁଥିବା ବେଳେ ହାତରେ ଗୋଟିଏ ୱିକେଟ ରହିଥିଲା । ବୋଶ ଆକ୍ରମଣାତ୍ମକ ଖେଳ ଜାରୀ ରଖିଥିଲେ । ୧୨ ବଲରେ ୨୭ ଏବଂ ପରେ ଶେଷ ଓଭରରେ ବିଜୟ ପାଇଁ ୧୮ ରନ ଆବଶ୍ୟକ ହେଉଥିଲା । ପ୍ରସିଦ୍ଧଙ୍କ ବଲରେ ବୋଶ ଆଉଟ ହେବା ଯୋଗୁ ଭାରତ ମ୍ୟାଚରେ ବିଜୟ ହାସଲ କରିଥିଲା । ଭାରତ ପକ୍ଷରୁ କୂଲଦୀପ ୪ଟି ଓ ହର୍ଷିତ ରାଣା ୩ଟି ୱିକେଟ ନେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅର୍ଶଦୀପ ସିଂ ୨ଟି ଏବଂ ପ୍ରସିଦ୍ଧ କ୍ରିଷ୍ଣା ଗୋଟିଏ ୱିକେଟ ହାସଲ କରିଥିଲେ । ୩ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୧-୦ର ଗୁରୁତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ