ବ୍ୟାଟ୍ ମିଣ୍ଟନ ହବ୍ ହେବ ଭୁବନେଶ୍ବର

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି ବହୁ ପ୍ରତୀକ୍ଷିତ ଆଇକନିକ୍ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର୍ ‘ଦ ସଟଲ୍’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆସାମ ମୁଖ୍ୟମନ୍ତ୍ରୀ ତଥା ବ୍ୟାଡମିଣ୍ଟନ ଆସୋସିଏସନ୍ ଅଫ ଇଣ୍ଡିଆର ସଭାପତି ହିମନ୍ତ ବିଶ୍ୱଶର୍ମା ଏବଂ ଅନ୍ତର୍ଜାତୀୟ କୋଚ୍ ପୁଲେଲା ଗୋପୀଚାନ୍ଦ ଏହାର ଉଦଘାଟନ କରିଛନ୍ତି।
ବିଶ୍ୱସ୍ତରୀୟ ଟ୍ରେନିଂ ଏକାଡେମୀ ‘ଦ ସଟଲ’। ବ୍ୟାଡମିଣ୍ଟନ କର୍କ ଆକୃତିର ଏହି ବିରାଟ ଷ୍ଟାଡିୟମରେ ଏବେ ଲାଗିବ ଅନ୍ତର୍ଜାତୀୟସ୍ତରର ଖେଳାଳିଙ୍କ ଗହଳି। ଏଠାରୁ ସୃଷ୍ଟି ହେବେ ବିଶ୍ୱସ୍ତରୀୟ ଅଲିଂପିଆନ୍। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି ଆଇକନିକ୍ ଡାଲମିଆ ଭାରତ ଗୋପୀଚାନ୍ଦ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର୍। ସଟଲ ଏବଂ ଏଠାରୁ ସୃଷ୍ଟି ହେଉଥିବା ଖେଳାଳି ଓଡ଼ିଶାକୁ ନୂତନ ପରିଚୟ ଦେବେ ଏବଂ ଆଗକୁ ଓଡ଼ିଶା ବିଶ୍ୱମଞ୍ଚରେ ପ୍ରତିଷ୍ଠିତ ହେବ ବୋଲି ଆଶା କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଥମ ପର୍ଯ୍ୟାୟରେ ଏହି ହାଇ ପରଫରମାନ୍ସ ସେଣ୍ଟରରେ ୫୦ଜଣ ପ୍ରତିଭାବାନ ଖେଳାଳିଙ୍କୁ ଚିହ୍ନଟ କରାଯାଇ ପ୍ରଶିକ୍ଷଣ ଦିଆଯିବ।
୭୭ହଜାର ବର୍ଗ ଫୁଟରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଇଛି ଏହି ହାଇ ପରଫରମାନ୍ସ ସେଣ୍ଟର। ଭିତରେ ରହିଛି ୮ଟି କୋର୍ଟ। ଯେଉଁଥିରେ ଏକାସଙ୍ଗେ ୮ଟି ମ୍ୟାଚ୍ ଖେଳାଯାଇପାରିବ। ୪ଶହ ଦର୍ଶକ ବସିବା ପାଇଁ ହୋଇଛି ବ୍ୟବସ୍ଥା। ଭିଆଇପି ଗ୍ୟାଲେରୀ ବି ରହିଛି। ଖେଳାଳି ଓ କୋଚଙ୍କ ରହିବା ଲାଗି ରୁମ୍ ସହ ମ୍ୟାଚ୍ ବେଳେ ଆହତ ହେଲେ ଚିକିତ୍ସା ପାଇଁ ବ୍ୟବସ୍ଥା କରାଯାଇଛି। ମ୍ୟାଚ୍ ସ୍କୋର ଦେଖିବାକୁ ଲାଗିଛି ବଡ଼ ବଡ଼ LED।

ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ଏବଂ ସମସ୍ତ ପ୍ରକାର ଅତ୍ୟାଧୁନିକ ପ୍ରଶିକ୍ଷଣ ଯନ୍ତ୍ରପାତି ସୁବିଧା ରହିଛି। ଏଥିସହ ସଟଲ୍ ଉପରେ ଓ ବାହାରେ ଦୁଇଟି ଜଗିଂ ଟ୍ରାକ୍ ଏବଂ ପୁଲ୍ କରାଯାଇଛି। ବ୍ୟାଡମିଣ୍ଟନ ପ୍ରତିଭାଙ୍କୁ ଚିହ୍ନଟ କରି ବିଶ୍ୱସ୍ତରୀୟ ପ୍ରଶିକ୍ଷଣ ଦେବା ଲାଗି ଏହି ହାଇ ପରଫରମାନ୍ସ ସେଣ୍ଟରର ପରିକଳ୍ପନା କରିଥିଲା କ୍ରୀଡ଼ା ବିଭାଗ। ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନ କୋଚ୍ ପୁଲେଲା ଗୋପୀଚାନ୍ଦ ଏହି କେନ୍ଦ୍ରର ପରିଚାଳନା କରିବେ।

  • Related Posts

    ରାଇକିଆ ବସ୍‌ଷ୍ଟାଣ୍ଡ ଓ ମଣ୍ଡାକିଆରେ ‘ନମୋ ସେବା ଗାଥା’ ପରିବେଷଣ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚାଲିଥିବା ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅବସରରେ ‘ନମୋ ସେବା ଗାଥା’ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ ସାରା ରାଜ୍ୟର ବିଭିନ୍ନ…

    Continue reading
    “ଦାଦନ ଶ୍ରମିକ”ଙ୍କ ମରଶରୀର ଗାଁକୁ ଆଣିବା ପାଇଁ ଜିଲ୍ଲାପାଳଙ୍କ ନିକଟରେ ସହାୟତା ପାଇଁ ‘ସ୍ୱାକ’ର ପ୍ରୟାସ

    ରାଇକିଆ: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ କାଟିଙ୍ଗିଆ ପଞ୍ଚାୟତର ଆଡ଼ିବଙ୍ଗା ଗ୍ରାମର ଦାଦନ ଶ୍ରମିକ ଶ୍ରୀ ସନ୍ତୋଷ ମଲ୍ଲିକ (୪୬)ଙ୍କ କେରଳ ରାଜ୍ୟରେ ଆଜି ସକାଳେ ହଠାତ୍ ମୃତ୍ୟୁ ଘଟିଛି। ତାଙ୍କ ମରଶରୀର କେରଳର କନ୍ନୁର ଜିଲ୍ଲାର ଏକ ସରକାରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ