ମହିଳାଙ୍କ ଗଳା କାଟି ରାସ୍ତାକୁ ଫିଙ୍ଗିଦେଲେ, ଖୋଜୁଛି ପୋଲିସ୍

ଗଳା କାଟି ମହିଳାଙ୍କୁ ରାସ୍ତା ପାର୍ଶ୍ୱରେ ଫିଙ୍ଗିଦେଲେ! ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ଼ ଜିଲ୍ଲା ବାଣୀଗୋଚ୍ଛା ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ମୃତଦେହ ଜବତ କରି ମହିଳାଙ୍କ ପରିଚୟ ଖୋଜୁଛି ।
ବାଣୀଗୋଚ୍ଛା ଥାନା କୁଜାମେଣ୍ଡି ପଞ୍ଚାୟତ ଗଙ୍ଗାଡିହ ଗାଁ ପାର୍ଶ୍ୱ ଜଙ୍ଗଲୀ ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିଲା। ତାଙ୍କ ବେକ କାଟି ଦିଆଯାଇଥିଲା। ତାଙ୍କ ବୟସ ପ୍ରାୟ ୪୫ ବର୍ଷ ହେବ। ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଗାଁ ଲୋକେ ଦେଖି ସରପଞ୍ଚଙ୍କୁ ଜଣାଇଥିଲେ। ସରପଞ୍ଚ ଏନେଇ ଥାନାକୁ ଖବର ଦେଇଥିଲେ। ସାଇଣ୍ଟିଫିକ୍‌ ଓ ସନ୍ଧାନୀ କୁକୁର ସହାୟତାରେ ପୁଲିସ୍‌ ଘଟଣାର ତଦନ୍ତ ଚଳାଇଛି। ମହିଳାଙ୍କ ପରିଚୟ ଜାଣିବା ପାଇଁ ଆଖପାଖ ଗାଁ ଲୋକଙ୍କୁ ପଚରାଉଚରା କରୁଛି। ହେଲେ ମହିଳାଙ୍କ ପରିଚୟ ଜଣାପଡ଼ିନାହିଁ।
ପୁଲିସ୍‌ ଅପରାହ୍ନରେ ମହିଳାଙ୍କ ମୃତଦେହ ଜବତ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। କିଏ, କାହିଁକି ଓ କେଉଁ ଉଦ୍ଦେଶ୍ୟରେ ମହିଳାଙ୍କୁ ହତ୍ୟା କଲା, ତାହା ଜଣାପଡ଼ି ନାହିଁ। ମହିଳାଙ୍କ ପରିଚୟ ଜଣାପଡ଼ୁନଥିବାରୁ ପୁଲିସ ପାଇଁ ଚିନ୍ତାର କାରଣ ପାଲଟିଛି। ତଥାପି ବିଭିନ୍ନ ଦିଗରୁ ପୁଲିସ୍‌ ତଦନ୍ତ ଚଳାଇଛି।

  • Related Posts

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ୟ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ ବାପା…

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଭୁବନେଶ୍ବର: ଏଣିକି ପିଏମ୍‌ ପୋଷଣ ସ୍କିମ୍‌ରେ ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା, ସେହିଦିନ ଫଳ ଯୋଗାଇବାକୁ ନିର୍ଦ୍ଦେଶ । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ…

    Leave a Reply

    Your email address will not be published. Required fields are marked *

    You Missed

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ମୋ ଝିଅର ମୃତ୍ୟୁ ନେଇ ରାଜନୀତି କରନ୍ତୁ ନାହିଁ: ପୀଡ଼ିତାଙ୍କ ବାପା

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ : ଭକ୍ତ

    ସାତଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ   : ଭକ୍ତ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ଏଣିକି ସ୍କୁଲ୍‌ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ

    ବଳଙ୍ଗା ଘଟଣାରେ ପୁଲିସର ବଡ଼ ସୂଚନା:ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ