ମନରେଗା ଅତିରିକ୍ତ ସହାୟତା ଅବଧି ବଢ଼ାଇଲେ ଓଡିଶା ସରକାର

ଭୁବନେଶ୍ୱର: ଗ୍ରାମାଞ୍ଚଳରେ ଜୀବିକା ସୁଦୃଢ଼ କରିବା ଏବଂ ଶ୍ରମିକମାନଙ୍କ ଆର୍ଥିକ ସ୍ଥିରତା ବୃଦ୍ଧି କରିବା ଲକ୍ଷ୍ୟରେ ଓଡିଶା ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ନିଯୁକ୍ତି ଯୋଜନା ଅଧୀନରେ ପ୍ରଦାନ କରାଯାଉଥିବା ଅତିରିକ୍ତ ଆର୍ଥିକ ସହାୟତାକୁ ଆର୍ଥିକ ବର୍ଷ ୨୦୨୮-୨୯ ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି।

ଏହି ସଂପ୍ରସାରଣ ଦ୍ୱାରା ରାଜ୍ୟର ୯ଟି ଜିଲାର ୩୦ଟି ବ୍ଲକ୍‌ରେ ପ୍ରାୟ ୫.୫୭ ଲକ୍ଷ ପରିବାର ଉପକୃତ ହେବେ। ଯୋଗ୍ୟ ଗ୍ରାମୀଣ ପରିବାରକୁ ବର୍ଷକୁ ୩୦୦ ଦିନ ପାଇଁ ନିଯୁକ୍ତି ମିଳିବ। ପ୍ରଥମ ୧୦୦ ଦିନ ପାଇଁ ରାଜ୍ୟ ସରକାର ପ୍ରଚଳିତ ମନରେଗା ମଜୁରୀ ସହ ଅତିରିକ୍ତ ଦୈନିକ ୯୮ ଟଙ୍କା ପ୍ରଦାନ କରିବେ। ବାକି ୨୦୦ ଦିନ ପାଇଁ ଶ୍ରମିକମାନେ ନିୟମିତ ମନରେଗା ମଜୁରୀ ସହିତ ରାଜ୍ୟର ଅତିରିକ୍ତ ସହାୟତା ପାଇବା ଜାରି ରଖିବେ।

ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ପଦକ୍ଷେପ ଦ୍ୱାରା ଦାଦନ ରୋକିବା, ସ୍ଥାୟୀ ଜୀବିକା ସୁନିଶ୍ଚିତ କରିବା ଏବଂ ଗ୍ରାମାଞ୍ଚଳରେ ମୌଳିକ ବିକାଶକୁ ପ୍ରୋତ୍ସାହିତ କରିବାରେ ସାହାଯ୍ୟ ମିଳିବ।

  • Related Posts

    ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

    ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

    Continue reading
    ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଅଗ୍ରଗତି ସମୀକ୍ଷା

    ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଅନୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ