କାଠଯୋଡି ପଠାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

କଟକ: ପରମହଂସ କୋଚିଲାଇ ନିକଟ କାଠଯୋଡି ନଦୀ ପଠାରୁ ଉଦ୍ଧାର ହେଲା ମହିଳାଙ୍କ ମୃତଦେହ । ମହିଳାଙ୍କ ମୁହଁ ଓ ବେକରେ ଗଭୀର କ୍ଷତ ରହିଛି । ଘଟଣା ସ୍ଥଳରୁ ଏକ ଧାରୁଆ ଅସ୍ତ୍ର ସହ ଗ୍ଲୋଭ୍ସ ଏବଂ ମଙ୍କି କ୍ୟାପ୍‌ ଜବତ କରାଯାଇଛି । ମହିଳାଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି । କଟକ ଜିଲ୍ଲାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, କାଠଯୋଡି ନଦୀ ପଠାରେ ଜଣେ ମହିଳାଙ୍କ ମୃତଦେହ ପଡ଼ି ରହିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ତେବେ ମହିଳାଙ୍କ ମୁହଁ ଓ ବେକରେ ଗଭୀର କ୍ଷତ ଥିବା ବେଳେ ତାଙ୍କ ହାତରେ ପିତା ବୋଲି ଲେଖା ଥିବା ନେଇ ସୂଚନା ମିଳିଛି । ମହିଳା ଜଣଙ୍କ ଓଡ଼ିଆ ହୋଇଥିବା ପୋଲିସ ସନ୍ଦେହ କରୁଛି । ଡଗ୍‌ ସ୍କ୍ୱାର୍ଡ ଏବଂ ଏକ ସାଇଣ୍ଟିଫିକ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି ।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !