ଜବତ ଗଞ୍ଜେଇ ହେରଫେର , ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ୟ୍ୟରୁ ନିଲମ୍ବିତ ହୋଇଛନ୍ତି ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକ । ରାଜ୍ୟ ଗୃହ ବିଭାଗ ଏହି ନିଲମ୍ବନ ଆଦେଶ ଜାରି କରିଛି ।ଆଦେଶ ଅନୁଯାୟୀ, ବର୍ତ୍ତମାନ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ୟ୍ୟାଳୟରେ ରିପୋର୍ଟ କରିବେ । ଅଭିଯୋଗ ଅନୁସାରେ, କିଛିଦିନ ପୂର୍ବେ ସଦର ଥାନା ପୁଲିସ ୬ କ୍ୱିଣ୍ଟାଲ୍ ଗଞ୍ଜେଇ ଜବତ କରିଥିଲା । ସେଥିମଧ୍ୟରୁ ୨ କ୍ୱିଣ୍ଟାଲ୍ ଗଞ୍ଜେଇର ହିସାବ ମିଳି ନ ଥିଲା । ଏଥିରେ ଥାନା ଅଧିକାରୀ ସତୀଶଙ୍କ ସମ୍ପୃକ୍ତି ଥିବା ନେଇ ଜଣାପଡ଼ିବା ପରେ ତାଙ୍କ ନାଁରେ ସରକାରଙ୍କ ପାଖରେ ଅଭିଯୋଗ କରାଯାଇଥିଲା । ସେହି ଅନୁସାରେ ତାଙ୍କୁ କାର୍ୟ୍ୟରୁ ନିଲମ୍ବନ କରାଯାଇଛି । ତାଙ୍କ ନାମରେ ବିଭାଗୀୟ ତଦନ୍ତ ଚାଲିବ ବୋଲି ଜଣେ ବରିଷ୍ଠ ପୁଲିସ ଅଧିକାରୀ କହିଛନ୍ତି । ସୂଚନାଯୋଗ୍ୟ, ନିକଟରେ ସେ ଇନ୍ସପେକ୍ଟରରୁ ଡିଏସ୍ପି ପଦବିକୁ ପଦୋନ୍ନତି ପାଇଥିଲେ ।

  • Related Posts

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ…

    Continue reading
    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ