ରେଣୁକାସ୍ଵାମୀ ହତ୍ୟା ମାମଲା: ଅଭିନେତା ଦର୍ଶନଙ୍କ ସମେତ ୭ ଅଭିଯୁକ୍ତଙ୍କୁ ଜାମିନ

ବହୁ ଚର୍ଚ୍ଚିତ ରେଣୁକାସ୍ଵାମୀ ହତ୍ୟା ମାମଲାରେ ଗିରଫ ହୋଇଥିବା କନ୍ନଡ଼ ଅଭିନେତା ଦର୍ଶନ ଥୁଗୁଦୀପାଙ୍କୁ ଜାମିନ ଦେଇଛନ୍ତି କର୍ଣ୍ଣାଟକ ହାଇକୋର୍ଟ। ଶୁକ୍ରବାର ହାଇକୋର୍ଟ ଦର୍ଶନଙ୍କ ସମେତ ସମସ୍ତ ୭ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅନ୍ୟ ଅଭିଯୁକ୍ତମା​‌ନେ ହେଲେ ପବିତ୍ର ଗୌଡ଼ା, ଅନୁ କୁମାର, ନାଗାରାଜୁ ଆର., ଲକ୍ଷ୍ମଣ ଏମ., ଜଗଦୀଶ ଏବଂ ପ୍ରଦୂଶ। ଜଣେ ପ୍ରଶଂସକ ରେଣୁକାସ୍ଵାମୀଙ୍କୁ ଅପହରଣ କରି ହତ୍ୟା କରିଥିବା ଅଭିଯୋଗରେ ପୁଲିସ ଦର୍ଶନ ଏବଂ ଅନ୍ୟ ଅଭିଯୁକ୍ତମାନଙ୍କୁ ଗତ ଜୁନ ୧୧ରେ ଗିରଫ କରିଥିଲା। ଦର୍ଶନ ପାରାପ୍ପାନା ଅଗ୍ରାହର ଜେଲରେ ଥିବାବେଳେ ତାଙ୍କୁ ସ୍ଵତନ୍ତ୍ର ଭାବେ ଚର୍ଚ୍ଚା କରାଯାଉଥିବା ଅଭିଯୋଗ ହୋଇଥିଲା। ଏହାର କିଛି ଫଟୋ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବା ପରେ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ଦୋଷୀ ଅଧିକାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦେଶ ଦେଇଥିଲେ। ଏହା ସହିତ ଅଭିଯୁକ୍ତମାନଙ୍କୁ ଭିନ୍ନ ଭିନ୍ନ ଜେଲରେ ରଖିବାକୁ ମଧ୍ୟ ନିର୍ଦେଶ ଦେଇଥିଲେ। ପୂର୍ବରୁ ଦର୍ଶନଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ଘରୋଇ ହିଂସା ଅଭିଯୋଗ ଆଣିଥିଲେ। ଏହି ଘଟଣାରେ ୨୦୧୧ରେ ତାଙ୍କୁ ୧୪ ଦିନ ପାଇଁ ଜେଲ ଯିବାକୁ ପାଇଥିଲା। ଦର୍ଶନ ଏଥିପାଇଁ ସର୍ବସାଧାରଣରେ କ୍ଷମା ପ୍ରାର୍ଥନା କରିବା ସହିତ କୋର୍ଟ ବାହାରେ ମାମଲାର ସମାଧାନ ହୋଇଥିଲା। ୨୦୧୬ରେ ମଧ୍ୟ ତାଙ୍କ ସ୍ତ୍ରୀ ପୁନର୍ବାର ଅନୁରୂପ ଅଭିଯୋଗ ଆଣିଥିଲେ। ୨୦୨୧ରେ ମହୀଶୁରର ଏକ ହୋଟେଲରେ ଦର୍ଶନ ଜଣେ ଓ୍ବେଟରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।

  • Related Posts

    ଜନ୍ତର ମନ୍ତରରେ ପ୍ରଦର୍ଶନ ମନା: ଦିଲ୍ଲୀରେ ବିକ୍ଷୋଭ ପାଇଁ ୩ଟି ନୂଆ ସ୍ଥାନ ଚିହ୍ନଟ

    ନୂଆଦିଲ୍ଲୀ:ଦେଶର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସ ୩ଟି ନୂଆ ସ୍ଥାନ ନିର୍ଦ୍ଧାରିତ କରିଛି। ଏଗୁଡ଼ିକ ହେଲା— ରାମଲୀଳା ମୈଦାନ, ବୁରାଡ଼ି ମୈଦାନ ଏବଂ ପୂର୍ବ ଦିଲ୍ଲୀର ସିବିଡି (CBD) ମୈଦାନ। ଏଥିସହିତ ଜନ୍ତର ମନ୍ତରକୁ ପ୍ରଦର୍ଶନ ସ୍ଥଳ ଭାବେ…

    Continue reading
    ଜନ୍ତର ମନ୍ତର ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍

    ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନ ପାଇଁ ତାରିଖ ଓ ସମୟ ଧାର୍ଯ୍ୟ କରିବାକୁ ନେଇ ସିଜେପିର କାର୍ଯ୍ୟକର୍ତ୍ତାମାନେ ସୋମବାର ପାର୍ଲାମେଣ୍ଟ ଷ୍ଟ୍ରିଟ୍ ଥାନାରେ ପହଞ୍ଚିଛନ୍ତି। ଏହି ମାମଲାରେ ସେମାନେ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି। ସିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ