ଅଲ୍ଲୁଙ୍କ ଗିରଫ ପରେ ଏମିତି କହିଲେ ମୃତା ମହିଳାଙ୍କ ସ୍ଵାମୀ

ଡିସେମ୍ବର ୪ ତାରିଖ ରାତିରେ ପୁଷ୍ପା-୨ ଚଳଚ୍ଚିତ୍ରର ସ୍କ୍ରିନିଂ ସମୟରେ ହାଇଦ୍ରାବାଦର ସନ୍ଧ୍ୟା ସିନେମା ହଲ ବାହାରେ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ପୁଲିସ ପ୍ରାୟ ୯ ଦିନ ପରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମହିଳାଙ୍କ ମୃତ୍ୟୁ ପାଇଁ ପୁଲିସ ଅଲ୍ଲୁଙ୍କୁ ଦୟୀ କରି ଗିରଫ କରିବା ଘଟଣା ସାରା ଦେଶରେ ପ୍ରତିକ୍ରିୟା ସୃଷ୍ଟି କରିଛି। ଅଲ୍ଲୁଙ୍କ ପ୍ରଶଂସକମାନଙ୍କୁ ବିବ୍ରତ ମଧ୍ୟ କରିଛି। ଏପରି କି ଖୋଦ ମୃତା ମହିଳାଙ୍କ ସ୍ଵାମୀ ମଧ୍ୟ ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ଗଣମାଧ୍ୟମକୁ ସେ କହିଛନ୍ତି, ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରାଯିବା ଘଟଣା ସେ ଗଣମାଧ୍ୟମରୁ ଜାଣିବାକୁ ପାଇଲେ। ଏହି ଘଟଣାରେ ଅଲ୍ଲୁଙ୍କର କୌଣସି ସମ୍ପୃକ୍ତି ନାହିଁ। ତାଙ୍କୁ ଗିରଫ କରାଯିବା ଦୁର୍ଭାଗ୍ୟଜନକ। ଯଦି ଦରକାର ପଡ଼େ ସେ ମାମଲା ପ୍ରତ୍ୟାହାର କରିନେବେ। ସୂଚନାଯୋଗ୍ୟ, ଘଟଣା ପରେ ଅଲ୍ଲୁ ଅର୍ଜୁନ ଦୁଃଖ ପ୍ରକାଶ କରିବା ସହିତ ମୃତା ମହିଳାଙ୍କ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ଏହା ସହିତ ସେ ୨୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିଲେ।

  • Related Posts

    ଜନ୍ତର ମନ୍ତରରେ ପ୍ରଦର୍ଶନ ମନା: ଦିଲ୍ଲୀରେ ବିକ୍ଷୋଭ ପାଇଁ ୩ଟି ନୂଆ ସ୍ଥାନ ଚିହ୍ନଟ

    ନୂଆଦିଲ୍ଲୀ:ଦେଶର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସ ୩ଟି ନୂଆ ସ୍ଥାନ ନିର୍ଦ୍ଧାରିତ କରିଛି। ଏଗୁଡ଼ିକ ହେଲା— ରାମଲୀଳା ମୈଦାନ, ବୁରାଡ଼ି ମୈଦାନ ଏବଂ ପୂର୍ବ ଦିଲ୍ଲୀର ସିବିଡି (CBD) ମୈଦାନ। ଏଥିସହିତ ଜନ୍ତର ମନ୍ତରକୁ ପ୍ରଦର୍ଶନ ସ୍ଥଳ ଭାବେ…

    Continue reading
    ଜନ୍ତର ମନ୍ତର ପ୍ରଦର୍ଶନ ପାଇଁ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍

    ନୂଆଦିଲ୍ଲୀ: ଜନ୍ତର ମନ୍ତରଠାରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନ ପାଇଁ ତାରିଖ ଓ ସମୟ ଧାର୍ଯ୍ୟ କରିବାକୁ ନେଇ ସିଜେପିର କାର୍ଯ୍ୟକର୍ତ୍ତାମାନେ ସୋମବାର ପାର୍ଲାମେଣ୍ଟ ଷ୍ଟ୍ରିଟ୍ ଥାନାରେ ପହଞ୍ଚିଛନ୍ତି। ଏହି ମାମଲାରେ ସେମାନେ ଦିଲ୍ଲୀ ପୁଲିସକୁ ୨୪ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି। ସିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ