ପୋଲ ତଳକୁ ଖସିଲା ବାଇକ୍, ୨ ମୃତ

ନୟାଗଡ଼ : ପୋଲ ତଳକୁ ଖସିଲା ବାଇକ୍। ଚାଲିଗଲା ୨ ଜୀବନ। ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ତୋରିଗାଡିଆ ନିକଟରେ ସୋମବାର ବିଳମ୍ଵିତ ରାତିରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକମାନେ ହେଲେ ଧଝୋଲା ଗ୍ରାମର ଫକିର ନାୟକ ଏବଂ ରାଜେନ୍ଦ୍ର ନାୟକ।

ସୂଚନାନୁଯାୟୀ, ଫକିର ଏବଂ ରାଜେନ୍ଦ୍ର କୌଣସି କାମରେ ବେଲଦ୍ବାର ପଟୁ ବିଳମ୍ବିତ ରାତିରେ ଗୋଟିଏ ବାଇକରେ ଫେରୁଥିଲେ। ଓଡଗାଁ ଥାନା ତୋରିଗାଡିଆ ନିକଟରେ ଭାରସାମ୍ୟ ହରାଇ ବାଇକ୍‌ଟି ପୋଲ ତଳକୁ ଖସି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ଆଜି ସକାଳେ ସ୍ଥାନୀୟ ଲୋକେ ପୋଲ ତଳେ ଦୁଇ ଜନଙ୍କୁ ପଡ଼ିଥିବାର ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଓଡ଼ଗାଁ ମେଡିକାଲକୁ ପଠାଇଥିଲେ। ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ।

  • Related Posts

    ୧୧ ଛାତ୍ରଛାତ୍ରୀଙ୍କ ନାମାଙ୍କନ ପତ୍ର ଦାଖଲ: ୫ଜଣଙ୍କ କାଏମ

    ଦେବଗଡ଼:୮ ବର୍ଷର ବ୍ୟବଧାନ ପରେ ପୁଣି ଥରେ ଛାତ୍ର ସଂସଦ ନିର୍ବାଚନ ହେଉଛି।ଯାହାକୁ ନେଇ ବର୍ତ୍ତମାନ ଦେବଗଡ ଜିଲ୍ଲାର ବିଭିନ୍ନ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇପଡିଛି।ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ ଥିବା‌ବେଳେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ…

    Continue reading
    ଦେବଗଡ ଜିଲ୍ଲା ନୋଡାଲ ଅଧିକାରୀଙ୍କ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ

    ଦେବଗଡ଼:ଦେବଗଡ ଜିଲ୍ଲା ନୋଡାଲ ଅଧିକାରୀ ତଥା ରାଜ୍ୟ ଯୋଗାଣ ବିଭାଗର ଏମଡି କେ ସୁଦର୍ଶନ ଚକ୍ରବର୍ତ୍ତୀ ୨ ଦିନିଆ ଦେବଗଡ ଗସ୍ତରେ ଆସି ଆଜି ପୌରାଚଂଳ,ତିଲେଇବଣି ଏବଂ ବାରକୋଟ ବ୍ଲକର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଶ୍ରୀ ଚକ୍ରବର୍ତ୍ତୀ ଜିଲ୍ଲା ମୁଖ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ